ମିଳିଲାନି ଆଳୁ, ପିଆଜ

ତାଳଚେର,୨୬।୩(ନି.ପ୍ର.)- ଲକ୍‌ଡାଉନ ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ରହିବ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲେ ହେଁ ଗୁରୁବାର ଅନୁଗୋଳ ଜିଲା ତାଳଚେର ଥର୍ମାଲ ସାପ୍ତାହିକ ହାଟରେ ଆଳୁ, ପିଆଜ ମିଳିନାହିଁ। ଫଳରେ ଏହି ହାଟ ଉପରେ ନିର୍ଭରଶୀଳ ବହୁ ପଞ୍ଚାୟତବାସୀ, ପରଜଙ୍ଗ ଓ ବଅଁରପାଳ ଅଞ୍ଚଳର ଅନେକ ଗଁା ଲୋକେ ନିରାଶରେ ଫେରି ଯାଇଥିବା ଅଭିଯୋଗ ହୋଇଛି। ପ୍ରତିଥର ଏହି ସାପ୍ତାହିକ ହାଟକୁ ୪/୫ ଟ୍ରକ୍‌ ଆଳୁ ଓ ୪ ଟ୍ରକ୍‌ ପିଆଜ ଆସିଥାଏ। କିନ୍ତୁ ସକାଳୁ କେତେଜଣ ପରିବା ବ୍ୟବସାୟୀ ଆସିଥିଲେ ବି ଆଳୁ କି ପିଆଜ ହାଟରେ ଉପଲବ୍ଧ ନ ଥିଲା। ଏହାର ସୁଯୋଗ ନେଇ କେତେକ ରାଶନ ଦୋକାନୀ ଆଳୁ, ପିଆଜର ମୂଲ୍ୟ ବଢ଼ାଇ ଦେଇଥିବାରୁ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ଆର୍‌ଏମ୍‌ସି ସମ୍ପାଦକ ହରମୋହନ ପ୍ରଧାନ କହିଛନ୍ତି, ହଠାତ ଏଭଳି କାହିଁକି ହେଲା ତାହାର କାରଣ ଜଣାପଡୁ ନାହିଁ। ଜିଲା ପ୍ରଶାସନ ଓ ଯୋଗାଣ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି। ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକ କହିଛନ୍ତି, ଖୁବ୍‌ଶୀଘ୍ର ଏ ଦିଗରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri