ଆଳୁ ବିକିଲା ଯୋଗାଣ ବିଭାଗ

ପାଲଲହଡା, ୨୬।୩ (ଡି.ଏନ.ଏ.): ପାଲଲହଡା ଉପଖଣ୍ଡରେ ଆଳୁ, ପିଆଜର ଦର କିଲୋ ପିଛା ହଠାତ୍‌ ୧୫ ଟଙ୍କା ବଢ଼ାଇ ଦିଆଯାଇଥିବା ଅଭିଯୋଗ ମିଳିବା ପରେ ଗୁରୁବାର ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନ, ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ, ତହସିଲଦାର ସ୍ବାଗତ ଦାଶ, ଯୋଗାଣ ନିରୀକ୍ଷକ ପିଣ୍ଟୁ ବେହେରାଙ୍କୁ ନେଇ ଗଠିତ ଏକ ଟିମ୍‌ ସହରର ବିଭିନ୍ନ ଆଳୁ ଗୋଦାମ ଏବଂ ଦୋକାନରେ ଯାଞ୍ଚ କରିଥିଲେ। ଜରୁରୀ ପରିସ୍ଥିତିରେ ଆଳୁର ଏପରି ମୂଲ୍ୟବୃଦ୍ଧି ନ କରି କିଲୋ ପ୍ରତି ୨୦ ଟଙ୍କାରେ ବିକ୍ରି କରିବାକୁ ଅଧିକାରୀମାନେ ନିର୍ଦ୍ଦେଶ ଦେଇଥିଲେ। ତେବେ ଗାଡ଼ି ଭଡ଼ା ଅଧିକ ବଢ଼ିଯାଇଥିବାରୁ ଏପରି ଅବସ୍ଥା ସୃଷ୍ଟି ହୋଇଥିବା ହୋଲସେଲରମାନେ କହିବା ପରେ ଉପଖଣ୍ଡ ଯୋଗାଣ ବିଭାଗ ପକ୍ଷରୁ ସହରର ୨ଟି ସ୍ଥାନରେ ୨୦ ଟଙ୍କା କିଲୋ ପ୍ରତି ଆଳୁ ବିକ୍ରି କରାଯିବାର ବ୍ୟବସ୍ଥା କରାଯାଇଛି। ପ୍ରତି ବ୍ୟକ୍ତିଙ୍କୁ ଏକ କିଲୋ ଆଳୁ ଯୋଗାଇ ଦିଆଯାଉଛି ଏବଂ ପରିସ୍ଥିତି ନ ସୁଧୁରିବା ପର୍ଯ୍ୟନ୍ତ ବିଭାଗ ଲୋକଙ୍କୁ ସରକାରୀ ଦରରେ ଆଳୁ ଯୋଗାଇଦେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁ ସଂକ୍ରାନ୍ତିରେ ୫ରାଶିଙ୍କ ହାତକୁ ଅଚାନକ ଆସିବ ଟଙ୍କା! ନୂଆ ଗହଣା କିଣିବେ…

୨୦୨୫ର ଶେଷ ସଂକ୍ରାନ୍ତି ହେଉଛି ଧନୁ ସଂକ୍ରାନ୍ତି, ଯାହା ମଙ୍ଗଳବାର, ଡିସେମ୍ବର ୧୬ ତାରିଖରେ ପଡୁଛି। ଦ୍ରିକ ପାଞ୍ଜି ଅନୁସାରେ, ସୂର୍ଯ୍ୟଙ୍କର ଧନୁ ରାଶିରେ ପ୍ରବେଶ...

ଓଏଏସ ଅଧିକାରୀଙ୍କୁ ଭିଜିଲାନ୍ସ ଅଧିକାରୀ କହି ନେଇଗଲେ ୪ ଲକ୍ଷ, ପରେ…

ବଣାଇଁ,୧୨ା୧୨(ପ୍ରଦୀପ ତ୍ରିପାଠୀ): ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାର୍ଯ୍ୟରତ ଓଏଏସ ଅଫିସରଙ୍କୁ ଭିଜିଲାନ୍ସର ଧମକ ଦେଇ ଲୁଟ ଚଳାଇଥିବା ୨ଜଣଙ୍କୁ ବଣାଇଁ ପୋଲିସ ଶୁକ୍ରବାର ଗିରଫ କରିଛି।...

୨୦୨୬ରେ ଭାଗ୍ୟବାନ ଏହି ୪ରାଶି, ଅଚାନକ ହେବେ ଧନୀ! ମିଳିବ ବଡ଼ ପୋଷ୍ଟ

ନୂଆବର୍ଷ ୨୦୨୬ ଆରମ୍ଭ ହେବାକୁ ଆଉ ବହୁତ ସମୟ ବାକି ନାହିଁ। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରର ଗତିବିଧିକୁ ଆଧାର କରି ୨୦୨୬ ବର୍ଷ ବିଷୟରେ...

ବଳଦ ମାରି ବାଘ ମଲା ,ମାଲିକ ମୁଣ୍ଡରେ ସାଂଘାତିକ ଅଭିଯୋଗ ବୋଳିଥିଲେ…

ବଣାଇଁ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳ କୁସୁମଡ଼ିହି ଖସଡା ଜଙ୍ଗଲରେ ଏକ ମାଇ କଲରାପତ୍ରିଆ ବାଘର ମତ୍ୟୁ ଘଟିଥିବା ଜଣାପଡିଛି । ବାଘଟି ପ୍ରାୟ...

ଜନଗଣନା କରିବାକୁ ଆସୁଥିବା ୩୦ଲକ୍ଷ କର୍ମଚାରୀଙ୍କୁ କେନ୍ଦ୍ର ସରକାର ଅଲଗା ଦରମା ଦେବେ କି? ସତ ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:ଆଗାମୀ 2027 ଜନଗଣନା ପାଇଁ କେନ୍ଦ୍ର କ୍ୟାବିନେଟ 11,718 କୋଟିର ବଜେଟକୁ ଅନୁମୋଦନ କରିଛି। ଏଥିରେ ଉଲ୍ଲେଖନୀୟ ଯେ ଏହା ଭାରତର ପ୍ରଥମ ସମ୍ପୂର୍ଣ୍ଣ ଡିଜିଟାଲ...

ତଳ ମୁହାଁ ପାରଦ: ଜି.ଉଦୟଗିରିରେ ୩.୧ ଡିଗ୍ରୀ

ଜି.ଉଦୟଗିରି, ୧୨ା୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ଅଞ୍ଚଳରେ ୨ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଲୋକମାନେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଜାଡ଼ ଥଣ୍ଡା ସହ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri