ପ୍ରାଣଘାତୀ କରୋନାକୁ ମୁକାବିଲା କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଜନତା କର୍ଫ୍ୟୁଠାରୁ ଆରମ୍ଭ କରି ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଜନସାଧାରଣ ବାହାରକୁ ନ ଆସି ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯାଇଛି। ଏହାର ପ୍ରଭାବ ସମସ୍ତ ସହର ପରି ରାଉରକେଲାରେ ପଡିଛି। ତେବେ ଏହି ସହରରେ ରହୁଥିବା ରାସ୍ତାକଡ଼ର ମଣିଷଙ୍କ ଉପରେ ଏହି କଟକଣା ଦାଉ ସାଧିଛି। ଗରିବ,ଦୁଃଖୀ ଓ ନିରାଶ୍ରୟମାନେ କ’ଣ ଖାଇ ବଞ୍ଚତ୍ବେ ସେ ଚିନ୍ତା ସେମାନଙ୍କୁ ହିଁ ଘାରିଛି। ଇସ୍ପାତ୍‌ ସହରରେ ଅଟୋରିକ୍ସା ଓ ସାଧାରଣ ରିକ୍ସା ଚଳାଇ ଗୁଜୁରାଣ ମେଣ୍ଟାଉଥିବା ଲୋକମାନେ ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି। କାମଧନ୍ଦା ଅଭାବରୁ ଦିନ ମଜୁରିଆମାନେ କିପରି ପରିବାର ପ୍ରତିପୋଷଣ କରିବେ ଚିନ୍ତା କରିପାରୁ ନାହାନ୍ତି। ସେମାନଙ୍କ ମୁଣ୍ଡରେ ବି ଚଡକ ପଡିଛି। ସେମାନେ ୨୧ଦିନ ଯାଏ କେମିତି ଘରେ ମୁହଁ ପୋତି ପଡି ରହିବେ ସେହି ଉତ୍ତର କାହା ପାଖରେ ନାହିଁ। ଏଭଳି ପରିସ୍ଥିତିରେ ଧାରଉଧାର କେହି ଦେବାକୁ ମଙ୍ଗୁ ନାହାନ୍ତି। ସରକାର ପିଡିଏସ୍‌ ସାମଗ୍ରୀ କେଉଁ ତାରିଖ ସୁଦ୍ଧା ପ୍ରଦାନ କରିବେ ସେ ନେଇ ନିର୍ଦ୍ଦିଷ୍ଟ ଭାବେ କିଛି ସୂଚନା ନାହିଁ। ଏମାନଙ୍କ ବ୍ୟତୀତ ବର୍ଜ୍ୟବସ୍ତୁ ସଂଗ୍ରହ କରି ପେଟ ପୋଷୁଥିବା ଲୋକେ ବି ହତାଶ ହୋଇଛନ୍ତି। ଫୁଟପାଥରେ ଠେଲା ରଖି ବ୍ୟବସାୟ କରୁଥିବା କ୍ଷୁଦ୍ର ବ୍ୟବସାୟୀ, ଚା, ପାନ, ଗୁପ୍‌ଚୁପ୍‌, ଚାଟ ଆଦି ବିକୁଥିବା ଦୋକାନୀଙ୍କ ଅବସ୍ଥା ଆହୁରି ସଙ୍କଟମୟ ହୋଇପଡିଛି। ଏହି ଦୋକାନୀମାନେ ଯାହ କିଛି ଟଙ୍କା ସଞ୍ଚୟ କରି ରଖିଥିଲେ ତାହା ବି ବଜାର ସାମଗ୍ରୀର ଚଢ଼ାଦର ଯୋଗୁ ସରିବାକୁ ବସିଛି। ବହୁ କଳ କାରଖାନାରେ ତାଲା ଝୁଲୁଛି। ଯଦି ଲକ୍‌ଡାଉନ ଅବଧି ୨୧ରୁ ଆଉ ଅଧିକ କିଛିଦିନ ବୃଦ୍ଧି ଘଟେ ପରିସ୍ଥିତି ଅସମ୍ଭାଳ ହେବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। – ବସନ୍ତ କୁମାର ଧଳ


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri