ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ରାଣୀ ପଣ୍ଡାଙ୍କ ୫୦ ହଜାର ଟଙ୍କା ଦାନ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। ଓଡ଼ିଶାରେ ତୃତୀୟ ପଜିଟିଭ ରୋଗୀ ଚିହ୍ନଟ ପରେ ରାଜ୍ୟବାସୀ ଭୟଭୀତ ହୋଇପଡ଼ିଛନ୍ତି। ଏଭଳି ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ଦେଶ ଏବଂ ରାଜ୍ୟବାସୀ ସଂଘର୍ଷ କରୁଥିବାବେଳେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସଂସ୍ଥା ଏବଂ ଲୋକଙ୍କୁ ଅର୍ଥ ଦାନ କରିବାକୁ କୁହାଯାଇଛି। ଏହାପରେ ବିଭିନ୍ନ ସଂସ୍ଥା, କମ୍ପାନୀ, ଅଭିନେତା, ନେତା ଓ ମନ୍ତ୍ରୀମାନଙ୍କ ପକ୍ଷରୁ ସରକାରଙ୍କୁ ସହାୟତାର ହାତ ବଢ଼ାଇଛନ୍ତି। ଏହି କ୍ଷେତ୍ରରେ ଅଭିନେତ୍ରୀ ରାନୀ ପଣ୍ଡା ମଧ୍ୟ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଶୁକ୍ରବାର ୫୦ ହଜାର ଟଙ୍କା ଦାନ କରିଛନ୍ତି। ଏ ନେଇ ରାନୀ ପଣ୍ଡା ଏକ ଭିଡିଓ ରେକର୍ଡ କରି ନିଜ ସୋସିଆଲ ମିଡିଆରେ ସେୟାର କରିଛନ୍ତି। ସେ କହିଛନ୍ତି, ଏଭଳି ସମୟରେ କରୋନା ବିରୋଧରେ ଆମେ ଲଢ଼ିବା। ସରକାରଙ୍କ ଲକଡାଉନ ନିୟମ ମାନି ଘରେ ରହି ଏହି ମହାମାରୀ ସହ ସଂଘର୍ଷ କରିବା। ସବୁବେଳେ ସାବୁନରେ ହାତ ଧୋଇବା। ବାହାରକୁ ଯାଉଥିଲେ ସାମାଜିକ ଦୂରତ୍ୱ ବଜାୟ ରଖିବା। ସରକାରଙ୍କ ରିଲିଫ ପାଣ୍ଠିକୁ କିଛିକିଛି ଅର୍ଥ ଦାନ କରି ଗରିବ, ଅସହାୟ ପେଟକୁ ଦାନା ଦେବାରେ ସାମିଲ ହେବା। ଏହାସହ ରାଣୀ ଅନ୍ୟମାନଙ୍କୁ ମଧ୍ୟ ଅର୍ଥ ଦାନ କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ହେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।...

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍‌ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ...

ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri