ତାମିଲନାଡ଼ୁରେ ଫସିଛନ୍ତି ଶତାଧିକ ଶ୍ରମିକ

ଭଞ୍ଜନଗର,୨୭ା୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁର ମୁକାବିଲା ଲାଗି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବଦାଙ୍ଗି ଗ୍ରାମର ବହୁ ଯୁବକ ତାମିଲନାଡ଼ୁରେ ଫସି ରହିଛନ୍ତି। ପ୍ରାୟ ୨ଶହ ଯୁବକ ସେଠାକୁ ଶ୍ରମିକ ଭାବେ କାମ କରିବାକୁ ଯାଇ ଗୋକାଉଣ୍ଡମପଲୟମ ସହରରେ ଫସି ରହିଥିବା ଗ୍ରାମବାସୀ ସୂଚନା ଦେଇଛନ୍ତି। ସେମାନେ ଖାଇବା ପିଇବା ନିମନ୍ତେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ଗୋଟିଏ ସ୍ଥାନରେ ଏକାଧିକ ଶ୍ରମିକ ରହୁଥିବାରୁ ସେମାନେ ନିଜକୁ ସୁରକ୍ଷିତ ମଣୁନାହାନ୍ତି। କରୋନା ସଂକ୍ରମଣ ଆଶଙ୍କା ନେଇ ସେଠାର ଲୋକେ ତୁରନ୍ତ ଅଞ୍ଚଳ ଛାଡ଼ି ଚାଲିଯିବାକୁ ଚାପ ପକାଉଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି। ଗଞ୍ଜାମ ଜିଲା ପ୍ରଶାସନ ଓ ଶ୍ରମ ବିଭାଗ ତୁରନ୍ତ ଏଥିରେ ହସ୍ତକ୍ଷେପ କରି ଓଡ଼ିଶା ଆଣିବା ନଚେତ ସେଠାରେ ଖାଦ୍ୟପେୟ ଓ ରହିବାର ବ୍ୟବସ୍ଥା କରିବାକୁ ଶ୍ରମିକମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri