ଘନଉଛି ପରିବା ସଙ୍କଟ, ଚିନ୍ତାରେ ଚାଷୀ

କଟକ ଅଫିସ/ ଆଠଗଡ଼(ସ୍ବ.ପ୍ର),୨୮ା୩:ବାଦାମବାଡ଼ି ମୁଖ୍ୟରାସ୍ତାରେ ଶୁକ୍ରବାରଠାରୁ ଖୋଲିଛି ପରିବା ହାଟ। ଛତ୍ରବଜାରରେ ମାତ୍ରାଧିକ ଜନଗହଳି ହେବାରୁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବାଦାମବାଡ଼ି ମୁଖ୍ୟ ରାସ୍ତାକୁ ଏହି ହାଟକୁ ଉଠାଇ ଅଣାଯାଇଛି। ‘ଲକ୍‌ଡାଉନ୍‌’ ବଳବତ୍ତର ଥିବାରୁ ଏହି ରାସ୍ତା ଏବେ ପୂରା ଫାଙ୍କା। ନିୟମ ମାନି ନିର୍ଦ୍ଦିଷ୍ଟ ପରିସର ମଧ୍ୟରେ ରହି ଲୋକଙ୍କୁ ପରିବା କିଣିବାକୁ ସଚେତନ କରାଯାଉଛି। ତେବେ ବର୍ତ୍ତମାନ ପରିସ୍ଥିତିରେ କଟକକୁ ପରିବା ଆମଦାନୀ ହ୍ରାସ ପାଇଲାଣି। ପୂର୍ବାପେକ୍ଷା ୪୦ ପ୍ରତିଶତ କମ୍‌ ପରିବା ଆସୁଛି ବୋଲି ଛତ୍ରବଜାର ପୂଜା କମିଟି ସଭାପତି ତଥା ବ୍ୟବସାୟୀ ଦେବେନ୍ଦ୍ରନାଥ ସାହୁ କହିଛନ୍ତି। ଏଠାକୁ କଟକ ଜିଲାର ବିଭିନ୍ନ ସ୍ଥାନ ଯଥା ଆଠଗଡ଼, ବାଙ୍କୀ, ସାଲେପୁର ସମେତ ଉପକଣ୍ଠ ବୟାଳିଶ ମୌଜା, ଚୌଦ୍ୱାର ଅଞ୍ଚଳରୁ ପରିବା ଆସିଥାଏ। ବଲାଙ୍ଗୀର, ଅନୁଗୋଳ, ବରଗଡ଼, କେନ୍ଦୁଝର ଜିଲାରୁ ମଧ୍ୟ ଚାଷୀମାନେ ପରିବା ପଠାନ୍ତି। ହେଲେ ଏବେ କଟକଣା ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେଉଛି। ଚାଷୀମାନେ ମଧ୍ୟ କରୋନା ଭୟରେ ବ୍ୟବସାୟଠାରୁ ଦୂରରେ ରହିଛନ୍ତି। ତେଣୁ ଆମଦାନୀ ଦିନକୁ ଦିନ କମୁଛି ବୋଲି ସାହୁ ପ୍ରକାଶ କରିଛନ୍ତି। ପରିବା ବିକ୍ରି କମିଥିବାରୁ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଆଉ ୧୦ ଦିନ ପରେ କ’ଣ ହେବ ତାହା କହିବା ମୁସ୍କିଲ ବୋଲି ଅନ୍ୟ ଜଣେ ପରିବା ବ୍ୟବସାୟୀ କହିଛନ୍ତି। ଖରାଦିନ ଯୋଗୁ ପରିବା ଉତ୍ପାଦନ ମଧ୍ୟ କମିଲାଣି। ଆଗାମୀ ଦିନରେ ସହରରେ ପରିବା ସଙ୍କଟ ଦେଖାଦେବ ବୋଲି ଆଶଙ୍କା ଉପୁଜିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri