ଦୁଇ ହୋଲ୍‌ସେଲରଙ୍କ ନାମରେ ମାମଲା

ଯାଜପୁର ଅଫିସ,୨୮ା୩: ଯାଜପୁର ସହରର ବିରଜାହାଟ ନିକଟରେ ଥିବା ଦୁଇ ହୋଲ୍‌ସେଲରଙ୍କ ନାମରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାପାଳଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ହୋଲ୍‌ସେଲର ଦୁଇଜଣ ହେଲେ ସଞ୍ଜୟ ସାହୁ ଓ ଧନେଶ୍ୱର ସାହୁ। ଏସମ୍ପର୍କରେ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ପ୍ରହଲ୍ଲାଦ ସେଠୀ ସୂଚନା ଦେଇ କହିଛନ୍ତି ଯେ, ଉପରୋକ୍ତ ହୋଲସେଲର ଦ୍ୱୟ ଆଳୁ, ପିଆଜ, ଡାଲି ଆଦି ଗ୍ରସେରି ସାମଗ୍ରୀର କଳାବଜାର କରିବାକୁ ଉଦ୍ୟମ କରିଥିଲେ। ତାଙ୍କ ଗୋଦାମରେ ସାମଗ୍ରୀ ମହଜୁଦ ରହିଥିଲେ ହେଁ ଦୋକାନୀମାନଙ୍କୁ ଷ୍ଟକ ନାହିଁ ବୋଲି କହିଥିଲେ। ତେଣୁ ଯୋଗାଣ ବିଭାଗରେ ଅଭିଯୋଗ ହେବାପରେ ଗୁରୁବାର ଅତିରିକ୍ତ ଜିଲାଯୋଗାଣ ଅଧିକାରୀ ସେଠୀ ତଦନ୍ତ କରି ଜିଲାପାଳଙ୍କ କୋର୍ଟରେ ଓଡ଼ିଶା ଅତ୍ୟାବଶ୍ୟକ ସେବା ଆଇନ ୧୯୭୩ର ଧାରା ୩ ଓ ୪ରେ ମାମଲା ରୁଜୁ କରିଛନ୍ତି। ପୂର୍ବରୁ ଏନେଇ ‘ଧରିତ୍ରୀ’ରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ସମ୍ପର୍କରେ ଖବର ପ୍ରକାଶ ପାଇବାରେ ଯୋଗାଣ ବିଭାଗ ତପତ୍ରତା ପ୍ରକାଶ କରି ଏଭଳି ପଦକ୍ଷେପ ଗ୍ରହଣ କରିଥିବା ଜଣାପଡିଛି। ବର୍ତ୍ତମାନ କୋରେନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ଜିଲାରେ ଲକଡାଉନ ଚାଲିଥିବାବେଳେ କେତେଜଣ ଅସାଧୁ ବ୍ୟବସାୟୀ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି କରୁଛନ୍ତି। ତେଣୁ ଆବଶ୍ୟକ ତଦନ୍ତ କରି ଅସାଧୁ ବ୍ୟବସାୟୀଙ୍କ ନାମରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri