କୋଟିଏ ଲୋକଙ୍କ ପିଛା ଉତ୍ତରାଖଣ୍ଡରେ ୩୦୮ ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ ସଂକ୍ରମଣ ଦ୍ୱିତୀୟ ଷ୍ଟେଜ୍‌ରେ ରହିଥିବାବେଳେ ତୃତୀୟ ଷ୍ଟେଜ୍‌କୁ ଯିବାର ଆଶଙ୍କା ଦେଖାଦେଇଛି। ତେବେ ସଂକ୍ରମିତଙ୍କୁ ଆବଶ୍ୟକ ଚିକିତ୍ସା ସେବା ଯୋଗାଇ ଦେବା ଲାଗି ଦେଶରେ ଆବଶ୍ୟକ ସୁବିଧା ସୁଯୋଗ ମଧ୍ୟ ନାହିଁ। ଗୁରୁତର କରୋନା ସଂକ୍ରମିତଙ୍କୁ ଭେଣ୍ଟିଲେଟରରେ ରଖିବାକୁ ପଡ଼ିଥାଏ। ଏପରିସ୍ଥଳେ ଭାରତରେ ପ୍ରର୍ଯ୍ୟାପ୍ତ ଭେଣ୍ଟିଲେଟର ନାହିଁ। ଏଭଳି ସ୍ଥିତି ଦେଶର ପ୍ରତି ରାଜ୍ୟରେ ରହିଛି। ଉତ୍ତରାଖଣ୍ଡରେ କୋଟିଏ ଲୋକଙ୍କ ପାଇଁ ମାତ୍ର ୩୦୮ ଭେଣ୍ଟିଲେଟର ରହିଛି। ସେଥିମଧ୍ୟରୁ ସରକାର ହସ୍ପିଟାଲରେ ପ୍ରତି କୋଟିଏ ଲୋକଙ୍କ ପିଛା ୧୬୫ ଭେଣ୍ଟିଲେଟର ଥିବାବେଳେ ଘରୋଇ ହସ୍ପିଟାଲରେ ୧୪୩ ଭେଣ୍ଟିଲେଟର ରହିଛି। ପ୍ରତିକୂଳ ସ୍ଥିତିର ସାମନା କରିବାକୁ ସରକାର ଏବେ ଚିନ୍ତାରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri