ନିମିତିରେ ବଧୂ ହତ୍ୟା ଅଭିଯୋଗ

ପାରାଦୀପ, ୨୮।୩ (ସ୍ବ.ପ୍ର.)-ପାରାଦୀପ ଲକ୍‌ ଥାନା ଅଧୀନ ନିମିତି ଗ୍ରାମରେ ଶୁକ୍ରବାର ରାତିରେ ଜଣେ ନବବଧୂ ମୁନୁଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ମୁନୁଙ୍କ ବାପା କେନ୍ଦୁଝର ଜିଲା ନନ୍ଦିପଡ଼ା ଥାନା ଅଧୀନ ସରଳା ଗ୍ରାମର ପବିତ୍ର କବି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିବା ସହ ଶନିବାର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ମୁନୁଙ୍କ ସ୍ବାମୀ କାଳନ୍ଦୀ ପଣ୍ଡାଙ୍କ ପୁଅ ପପୁନାଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା ଚଳାଇଛି ବୋଲି ଥାନା ସୂତ୍ରରୁ ପ୍ରକାଶ।
ଅଭିଯୋଗ ମୁତାବକ, ୨୦୧୯ ମେ’ରେ ମୁନୁ ନିମିତି ଗ୍ରାମର ପପୁନାଙ୍କୁ ବିବାହ କରିଥିଲେ। ବାହାଘର ପରେ ଶାଶୁଘର ଲୋକେ ଅଧିକ ଯୌତୁକ ଦାବିକରି ଅନେକ ସମୟରେ ମୁନୁଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ। ତେବେ ଶାଶୁଘର ଲୋକେ ମିଶି ମୁନୁଙ୍କୁ ହତ୍ୟା କରିଛନ୍ତି ବୋଲି ଅଭିଯୋଗ ପତ୍ରରେ ଦର୍ଶାଯାଇଛି। ଅନ୍ୟପଟେ ଶୁକ୍ରବାର ରାତିରେ ମୁନୁ ଓ ପପୁନାଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏହାପରେ ମୁନୁ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri