କେନ୍ଦୁଝର, ୨୯ା୩(ସ୍ବ.ପ୍ର.)- ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ କେନ୍ଦୁଝର ଜିଲା ସଦର ବ୍ଲକର ୨୫ ପଞ୍ଚାୟତରେ ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି। ଏନେଇ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଶିବଚରଣ ବାଗ ସୂଚନା ଦେଇଛନ୍ତି। ଏଠାରେ ସେମାନଙ୍କୁ ୧୪ଦିନ ପର୍ଯ୍ୟନ୍ତ ରଖାଯାଇ ସ୍ବାସ୍ଥ୍ୟାବସ୍ଥା ନିରୀକ୍ଷଣ କରାଯିବ ଓ ମାଗଣା ଖାଦ୍ୟ ଯୋଗାଇ ଦିଆଯିବ। ସ୍ଥାନୀୟ ସରପଞ୍ଚ ଏହାକୁ ବୁଝାଶୁଝା କରିବେ। ସେମାନଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଦଳ ଓ ବ୍ଲକର ଏକ ଦଳ ଦାୟିତ୍ୱରେ ରହି ଯାଞ୍ଚ କରିବେ। ସ୍ଥାନୀୟ ସ୍ବାସ୍ଥ୍ୟ କର୍ମୀ, ଅଙ୍ଗନଓ୍ବାଡି କର୍ମୀ, ଆଶାକର୍ମୀ ଚିହ୍ନଟ କାର୍ଯ୍ୟ କରିବେ। ଏସବୁ ପଞ୍ଚାୟତରେ ୧୦୦ ଶଯ୍ୟା ବିଶିଷ୍ଟ କେନ୍ଦ୍ର ଖୋଲାଯାଇଛି। ଏହି କେନ୍ଦ୍ରରେ ଥିବା କୌଣସି ଲୋକଙ୍କର କରୋନା ସଂକ୍ରମଣ ଲକ୍ଷଣ ଜଣାପଡିଲେ ତାଙ୍କୁ ତୁରନ୍ତ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇବାକୁ ବ୍ୟବସ୍ଥା କରାଯିବ ବୋଲି ସୂଚନା ଦିଆଯାଇଛି ା ସେହିପରି ଜିଲାର ଅନ୍ୟାନ୍ୟ ପଞ୍ଚାୟତରେ ମଧ୍ୟ ସତର୍କତାମୂଳକ ଭାବେ ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, କେନ୍ଦୁଝର View All
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା
ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...
Archives


