୫୨ ଲକ୍ଷ ଟଙ୍କା ଦାନ କଲେ ରାଇନା

ନୂଆଦିଲ୍ଲୀ, ୨୯।୩(ପି.ଟି.)- କରୋନା ଭାଇରସକୁ ରୋକିବା ଲାଗି ଦେଶରେ ଆରମ୍ଭ ହୋଇଥିବା ଲଢ଼େଇ ପାଇଁ ଭାରତୀୟ କ୍ରିକେଟର ସୁରେଶ ରାଇନା ୫୨ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏଭଳି ସ୍ବାସ୍ଥ୍ୟ ସଙ୍କଟ ସମୟରେ ଅନ୍ୟମାନେ ମଧ୍ୟ ସହାୟତାର ହାତ ବଢ଼ାଇବା ଉଚିତ ବୋଲି ସେ କହିଛନ୍ତି। ଭାରତୀୟ କ୍ରିକେଟରଙ୍କ ମଧ୍ୟରେ ରାଇନାଙ୍କ ଅବଦାନ ସର୍ବାଧିକ। “କରୋନାରୁ ମୁକ୍ତି ପାଇଁ ଆମେ ସମସ୍ତେ ସହଯୋଗ କରିବା ଆବଶ୍ୟକ। କରୋନା ବିପକ୍ଷରେ ଲଢ଼େଇ ପାଇଁ ମୁଁ ୫୨ ଲକ୍ଷ ଟଙ୍କା ଦାନ କରୁଛି। ଏଥିରୁ ୩୧ ଲକ୍ଷ ପ୍ରଧାନମନ୍ତ୍ରୀଙ୍କ ପାଣ୍ଠିକୁ ଏବଂ ୨୧ ଲକ୍ଷ ଟଙ୍କା ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିପର୍ଯ୍ୟୟ ରିଲିଫ ପାଣ୍ଠିକୁ ଯିବ। ଆପଣମାନେ ମଧ୍ୟ ନିଜ କର୍ତ୍ତବ୍ୟ ସମ୍ପାଦନ କରନ୍ତୁ” ବୋଲି ରାଇନା ଶନିବାର ଟୁଇଟ କରିଛନ୍ତି। ୩୩ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ ରାଇନା ୨୦୦୫ରୁ ୨୦୧୮ ମଧ୍ୟରେ ଭାରତ ପାଇଁ ୧୮ ଟେଷ୍ଟ, ୨୨୬ ଦିନିକିଆ ଓ ୭୮ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ଇଣ୍ଡିଆନ ସୁପରଲିଗ୍‌ରେ ସେ ଚେନ୍ନାଇ ସୁପରକିଙ୍ଗ୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ଶୁକ୍ରବାର ଏଥିପାଇଁ ୫୦ ଲକ୍ଷ ଟଙ୍କା ଦାନ କରିଥିଲେ। ଭାଇରସ ସଂକ୍ରମଣରେ ଭାରତରେ ୨୧ଜଣ ଏବଂ ବିଶ୍ୱରେ ୨୮,୦୦୦ରୁ ଊର୍ଦ୍ଧ୍ୱ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri