ଥାନାକୁ ନ ଯାଇ ଫୋନ୍‌ରେ କରିହେବ ଅଭିଯୋଗ

କଟକ ଅଫିସ୍‌,୨୯ା୩: ଲକ୍‌ଡାଉନ୍‌ ଯୋଗୁ ଜନସାଧାରଣ ଯେମିତି ହଇରାଣ ନ ହୁଅନ୍ତି, ସେ ଦିଗରେ ପୋଲିସ ବିଭାଗ ତରଫରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ଥାନା କିମ୍ବା ଜିଲା ପୋଲିସ କାର୍ଯ୍ୟାଳୟକୁ ନ ଯାଇ ଲୋକମାନେ ଅଭିଯୋଗ ରୁଜୁ କରିପାରିବା ପାଇଁ ଟେଲିଫୋନ୍‌ ହେଲ୍ପଲାଇନ୍‌ ବ୍ୟବସ୍ଥା ଆରମ୍ଭ କରାଯାଇଛି। ଶନିବାର ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ପ୍ରେସ୍‌ ବିବୃତିରେ କୁହାଯାଇଛି, ରାଜ୍ୟବ୍ୟାପୀ ଲକ୍‌ଡାଉନ ଫଳରେ ଲୋକେ ସେମାନଙ୍କ ଅଭିଯୋଗ ଦାଖଲ ପାଇଁ ଥାନା କିମ୍ବା ଜିଲା ପୋଲିସ କାର୍ଯ୍ୟାଳୟକୁ ଯିବା ସମ୍ଭବ ହେଉନାହିଁ। ଏଥିପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଟେଲିଫୋନ୍‌ ହେଲ୍ପଲାଇନ୍‌ ମାଧ୍ୟମରେ ଅଭିଯୋଗର ସମାଧାନ ପାଇଁ ବ୍ୟବସ୍ଥା କରାଯାଇଛି। ଏ ନେଇ ଶୁକ୍ରବାର ସମସ୍ତ ଏସ୍‌ପି ଏବଂ ଡିସିପିଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଲୋଚନା ହୋଇଥିଲା। ଏହାପରେ ଡିଜିପିଙ୍କ କାର୍ଯ୍ୟାଳୟରୁ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଦନୁଯାୟୀ, ରାଜ୍ୟରେ ୫ଶହରୁ ଊର୍ଦ୍ଧ୍ୱ ଟେଲିଫୋନ୍‌ ନମ୍ବରକୁ ନେଇ ଏକ ହେଲ୍ପଲାଇନ୍‌ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଜିଲା ପୋଲିସ ସଦର ମହକୁମାରେ ଏକ କିମ୍ବା ଏକାଧିକ ଫୋନ୍‌କୁ ନେଇ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରୁଛି। ଲୋକେ ଏହି ନିୟନ୍ତ୍ରଣ କକ୍ଷରେ ସେମାନଙ୍କ ଅଭିଯୋଗ ଦାଖଲ କରିପାରିବେ। ଜିଲା କଣ୍ଟ୍ରୋଲ୍‌ ରୁମ୍‌ ଟେଲିଫୋନ୍‌ ନମ୍ବର, ସବୁ ଥାନାର ଲ୍ୟାଣ୍ଡଫୋନ୍‌ ଓ ସିୟୁଜି ମୋବାଇଲ୍‌ ନମ୍ବରଗୁଡ଼ିକ ସଂପୃକ୍ତ ଜିଲାର ଟୁଇଟର୍‌, ଫେସ୍‌ବୁକ୍‌ ଓ ଗଣମାଧ୍ୟମରେ ପ୍ରକାଶ କରାଯାଇଛି। ଏସ୍‌ପି ଏବଂ ଡିସିପିମାନେ ବ୍ୟକ୍ତିଗତ ଭାବେ ଥାନାଗୁଡ଼ିକର ଏହି ଟେଲିଫୋନ୍‌ ନମ୍ବରରେ ଆସିଥିବା ଅଭିଯୋଗର ସମୀକ୍ଷା କରିବେ। ସମସ୍ତ ନିୟନ୍ତ୍ରଣ କକ୍ଷର ଫୋନ୍‌ ନମ୍ବର ଓଡ଼ିଶା ପୋଲିସ ୱେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଇଛି ବୋଲି ରାଜ୍ୟ ପୋଲିସ ମୁଖ୍ୟାଳୟ ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri