ଶହେରୁ ଊର୍ଦ୍ଧ୍ବ ଦାଦନ ଫସି ରହିଛନ୍ତି ମହାରାଷ୍ଟ୍ରରେ: ଭୋକ ଉପାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

କେସିଙ୍ଗା,୨୯।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର ମଶାଣିବନ୍ଧା, କୋକୋଡ଼ମାଲ ଓ ଭବାନୀପାଟଣା ବ୍ଲକର ଭିକାଝରଣ ଗ୍ରାମର ଶତାଧିକ ଦାଦନ ଶ୍ରମିକ ମହାରାଷ୍ଟ୍ରରେ ଫସି ରହିଛନ୍ତି। କେନ୍ଦ୍ର ସରକାର କରୋନା ମୁକାବିଲା ଲାଗି ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା ପରେ ଶ୍ରମିକମାନେ ଝୁପୁଡ଼ି ଘରେରହି ଭୋକ ଉପାସରେ ଦିନ କାଟୁଛନ୍ତି। ସେମାନେ ମହାରାଷ୍ଟ୍ର ପାଳଗଡ଼ ଜିଲା ଅନ୍ତର୍ଗତ କୁରୁଷ ସହରରେ ଥିବା ଏକ କମ୍ପାନୀରେ କାମ କରୁଥିଲେ। ଗତ ଫେବୃୟାରୀ ମାସରେ ଏହି ଶ୍ରମିକମାନେ ଏକତ୍ର ମିଶି କାମ କରିବାକୁ ଯାଇଥିଲେ। ଲକ୍‌ଡାଉନ୍‌ ଘୋଷଣା ପରେ ସେଠାରେ ଫସି ରହିଥିଲେ। ପାଖରେ ଥିବା ଅର୍ଥ ଶେଷ ହୋଇଯାଇଥିବା ବେଳେ ଭୋକରେ ରହୁଛନ୍ତି। ବାହାରକୁ ବାହାରିଲେ ପୋଲିସ ଲାଠିଚାର୍ଜ କରୁଥିବା ସେମାନେ କହିଛନ୍ତି। ସେମାନଙ୍କୁ ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଏକ ଭିଡିଓ ଜରିଆରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି...

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ।...

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

‘ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ଆଦିବାସୀଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରହିଛି’

ଭବାନୀପାଟଣା/କୋକସରା/ଗୋଲାମୁଣ୍ଡା/ କର୍ଲାମୁଣ୍ଡା,୨୮।୪(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ/ବଟକୃଷ୍ଣ ପଣ୍ଡା/ପ୍ରଦୀପ ସାହୁ): ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର କଳାହାଣ୍ଡି ଜିଲାର...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri