ଜୋତା-ଚପଲ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସାରା ପୃଥିବୀରେ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ କରାଯାଉଛି। କରୋନା କିଭଳି ସଂକ୍ରମିତ ହେଉଛି ସେ ନେଇ ମଧ୍ୟ ଲୋକଙ୍କୁ ସଚେତନ କରାଯାଇଛି। ତେବେ ଜୋତା ଏବଂ ଚପଲ ଦ୍ୱାରା ମଧ୍ୟ କରୋନା ସଂକ୍ରମଣ ହୋଇଥାଏ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ବାହାରେ ବୁଲୁଥିବା ସମୟରେ ସଭିଏଁ ଜୋତା ଅବା ଚପଲ ପିନ୍ଧିଥାନ୍ତି। ଜୋତା ଓ ଚପଲର ସୋଲ୍‌ ଦ୍ୱାରା ମଧ୍ୟ କୋରାନା ଭୂତାଣୁ ଜଣଙ୍କଠାରୁ ଅନ୍ୟ ଜଣଙ୍କୁ ସଂକ୍ରମିତ ହେବାର ଆଶଙ୍କା ରହିଥାଏ। କରୋନା ସଂକ୍ରମିତଙ୍କ ଛେପ ଖଙ୍କାର ଯଦି ବାହାରେ ପଡ଼େ, ତେବେ ଏହାକୁ ଅନ୍ୟ କେହି ଚପଲ ଅବା ଜୋତାରେ ମାଡ଼ିବାର ଆଶଙ୍କା ରହିଥାଏ। ଏପରି ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ଜୋତା ଓ ଚପଲରେ ଭୂତାଣୁ ତାଙ୍କ ଘର କିମ୍ବା ଯାଉଥିବା ସୁପର ମାର୍କେଟ୍‌, ଶପିଂ ମଲ୍‌, ହସ୍ପିଟାଲ ବିଭିନ୍ନ ସ୍ଥାନକୁ ସହଜରେ ସ୍ଥାନାନ୍ତରିତ ହୋଇଥାଏ। ଚପଲ ଅବା ଜୋତା ସୋଲ୍‌ରେ କରୋନା ଭୂତାଣୁ ୫ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ। ଫଳରେ ଏହା ଦ୍ୱାରା ସହଜରେ କମ୍ୟୁନିଟି ସଂକ୍ରମଣର ଆଶଙ୍କା ରହିଥାଏ। ଏଭଳି ସଂକ୍ରମଣକୁ ସାଧାରଣତଃ ତୃତୀୟ ଷ୍ଟେଜ୍‌ ଭାବେ ଧରି ନିଆଯାଇଥାଏ। ଯଦି ଥରେ କମ୍ୟୁନିଟି ସଂକ୍ରମଣ ଆରମ୍ଭ ହୋାଇଯାଏ ତେବେ ଏହାକୁ ରୋକିବା କଷ୍ଟକର ବ୍ୟାପାର ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେଣୁ ଲକ୍‌ଡାଉନ୍‌ ସମୟରେ ବାହାରକୁ ନ ଗଲେ ଜୋତା ଏବଂ ଚପଲ ଦ୍ୱାରା ସଂକ୍ରମଣର ଆଶଙ୍କା ଯଥେଷ୍ଟ କମ ରହିଥାଏ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri