‘ଭିଡ୍‌ ବୁଲାତି ହେ ମଗର ଯାନେକା ନେହିଁ’: ସାଦାକାଗଜରେ ଚିତ୍ର ଆଙ୍କି ସଚେତନ କରୁଛନ୍ତି ଝାରସୁଗୁଡ଼ାର ଭଉଣୀଭାଇ

ଝାରସୁଗୁଡ଼ା ଅଫିସ,୨୯ା୩: ‘ଭିଡ୍‌ ବୁଲାତି ହୈ ମଗର ଯାନେକା ନେହିଁ, ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ, ଭିଡରୁ ଦୂରରେ ରୁହନ୍ତୁ, ନିୟମିତ ହାତ ଧୁଅନ୍ତୁ, କରୋନାଠୁ ଯଦି ବଞ୍ଚିବାର ଅଛେ ଘରେ ରୁହ। ଏ ଭଳି ବିଭିନ୍ନ ସ୍ଲୋଗାନ ଲେଖି ଚିତ୍ର ଆଙ୍କି ଲୋକଙ୍କୁ ସଚେତନ କରୁଛନ୍ତି ଝାରସୁଗୁଡ଼ା ସହର ବୁରୋମାଲ ଅଞ୍ଚଳର ଦୁଇ ଭଉଣୀଭାଇ। ପଞ୍ଚମ ଶ୍ରେଣୀରେ ପଢ଼ୁଥିବା ରିଷି କୁମାର ଦାସ ଓ ତୃତୀୟ ଶ୍ରେଣୀରେ ପଢ଼ୁଥିବା ବୈଷ୍ଣବୀ ଦାସ ଅଭିନବ ଉପାୟରେ ଲୋକଙ୍କୁ ସଚେତନ କରୁଛନ୍ତି। ଲକ୍‌ଡାଉନ୍‌ ଯୋଗୁ ସ୍କୁଲ ଛୁଟି ହୋଇଥିବାରୁ ଘରେ ବସି ଟିଭି ଦେଖି ଏଭଳି ଉପାୟ ବାହାର କରିଥିବା ରିଷି କହିଛନ୍ତି। ବୈଷ୍ଣବୀ ସାଦା କାଗଜରେ ଚିତ୍ର ଆଙ୍କୁଥିବା ବେଳେ ରିଷି କଲର ଲଗାଉଛନ୍ତି। ଏବଂ ଏହି କାଗଜଗୁଡିକୁ ନିଜ ଘର ପାଖ ତଥା ସାହି ପଡ଼ିଶାଘରର ବିଭିନ୍ନ କାନ୍ଥରେ ଲଗାଉଛନ୍ତି ଏବଂ ରାସ୍ତାରେ ଯାଉଥିବା ଲୋକଙ୍କୁ ସଚେତନ କରୁଛନ୍ତି। ରିଷିଙ୍କ ହାତ ଭାଙ୍ଗିଥିବା ସତ୍ତ୍ୱେ ଏଭଳି କାର୍ଯ୍ୟ ଭଉଣୀଭାଇ ଜାରି ରଖିଛନ୍ତି। ଘରେ ବସି ଟିଭି ଦେଖୁଥିବା ବେଳେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ଶୁଣିଥିଲେ ଏବଂ ପରେ ଏହି ଉପାୟ ବାହାର କରି ଲୋକଙ୍କୁ ସଚେତନ କରୁଥିବା ବୈଷ୍ଣବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri