ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୨୯ା୩ – ବିଶ୍ୱବ୍ୟାପୀ ଆତଙ୍କର କାରଣ ପାଲଟିଥିବା କରୋନା ଭୂତାଣୁର ପ୍ରକୋପ ଏବେ ଭାରତ ଉପରେ ଧୀରେ ଧୀରେ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ବଡ ମେଡିକାଲରେ ଦିନକୁ ଦିନ କରୋନା ସନ୍ଦିଗ୍ଧ ପୃଥକୀକରଣ କକ୍ଷରେ ଭର୍ତ୍ତି ହେଉଛନ୍ତି। ଶନିବାର ୫ ଜଣ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିବାବେଳେ ରବିବାର ପୁଣି ୨ ଜଣ ଭର୍ତ୍ତି ହୋଇଛନ୍ତି। ଶେରଗଡ ଅଞ୍ଚଳର ଜଣେ ଲୋକ ରାଜସ୍ଥାନରେ କାମ କରୁଥିବାବେଳେ ଗତ ୧୬ ତାରିଖରେ ଗଁାକୁ ଫେରିଥଲେ। ରବିବାର ସକାଳେ ତାଙ୍କର କାଶ ସହ ଭୀଷଣ ଜ୍ୱର ହେବାରୁ ସେ ବଡମେଡିକାଲ ସ୍ବତନ୍ତ୍ର କରୋନା କକ୍ଷରେ ଭର୍ତ୍ତି ହୋଇଛନ୍ତି। ସେହିପରି ପୁରୁଷୋତ୍ତମପୁର ଅଞ୍ଚଳର ଜଣେ ବ୍ୟକ୍ତି ଆବୁଧାବୀରେ କାମ କରୁଥିବାବେଳେ ସେ ଗତ ୧୭ରେ ଗଁାକୁ ଫେରିଥିଲେ। ଶନିବାର ଠାରୁ କାଶ ଓ ଜ୍ୱରରେ ଆକ୍ରାନ୍ତ ହୋଇଥିଲେ। ରବିବାର ସକାଳେ ତାଙ୍କୁ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ୨ ଜଣ ସନ୍ଦିଗ୍ଧଙ୍କ ସ୍ବାବ୍‌ ରବିବାର ପରୀକ୍ଷା ପାଇଁ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସିକୁ ପଠାଯାଇଛି ବୋଲି ମେଡିକାଲ ଅଧିକ୍ଷକ ପ୍ରଫେସର ଡାକ୍ତର ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ସେହିପରି ଶନିବାର କରୋନା ୱାର୍ଡରେ ଭର୍ତ୍ତି ହୋଇଥିବା ୫ ଜଣ ସନ୍ଦିଗ୍ଧଙ୍କ ରିପୋର୍ଟ ରବିବାର ରାତିସୁଦ୍ଧା ଏମ୍‌କେସିଜି ମେଡିକାଲକୁ ଆସିଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଗତ ୨୬ ତାରିଖରେ ମାଲଦୀପରୁ ଫେରିଥିବା କବିସୂର୍ଯ୍ୟନଗର ଅଞ୍ଚଳର ଜଣେ ବ୍ୟକ୍ତି ଏମ୍‌କେସିଜି ମେଡିକାଲ କରୋନା ୱାର୍ଡରେ ଭର୍ତ୍ତି ହୋଇଥିବାବେଳେ ତାଙ୍କ ସ୍ବାବ୍‌ ରିପୋର୍ଟ ନେଗେଟିଭ ଆସିଛି। ରବିବାର ତାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯିବ ବୋଲି ଅଧିକ୍ଷକ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri