ଭଡ଼ା ମାଗିବେ ନାହିଁ ଘର ମାଲିକ: ଲକ୍‌ଡାଉନ୍‌ ବେଳେ ସମ୍ପୂର୍ଣ୍ଣ ମଜୁରି ଦେବେ ନିଯୁକ୍ତିଦାତା

ନୂଆଦିଲ୍ଲୀ,୩୦ା୩: କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ ନିଯୁକ୍ତିଦାତାମାନେ କର୍ମଚାରୀମାନଙ୍କୁ ସମ୍ପୂର୍ଣ୍ଣ ମଜୁରି ପ୍ରଦାନ କରିବେ। ସେମାନଙ୍କ ଦରମାରୁ କାଟଛାଣ୍ଟ କରିବା ଅନୁଚିତ ବୋଲି ରବିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ସେହିପରି ଶ୍ରମିକ, ଦିନ ମଜୁରିଆ ଶ୍ରେଣୀର ଭଡ଼ାଟିଆଙ୍କଠାରୁ ଘର ମାଲିକମାନେ ମଧ୍ୟ ଘରଭଡ଼ା ମାଗିବା ଉପରେ କଟକଣା ଜାରି କରାଯାଇଛି।
ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି ଯେ, ଲକ୍‌ଡାଉନ୍‌ ଅବଧି ମଧ୍ୟରେ ଶିଳ୍ପ, ଦୋକାନ ଓ ବ୍ୟବସାୟିକ ସଂସ୍ଥାର ସମସ୍ତ କର୍ମଜୀବୀଙ୍କ ପାଉଣା ନ କାଟି ମାଲିକମାନେ ସମ୍ପୂର୍ଣ୍ଣ ଦେୟ ଉଚିତ ସମୟରେ ପ୍ରଦାନ କରିବେ। କୌଣସି ଘର ମାଲିକ ଶ୍ରମିକ ଓ ଛାତ୍ରୀଛାତ୍ରଙ୍କୁ ଘର ଛାଡ଼ିବା ପାଇଁ ବାଧ୍ୟ କଲେ ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ର ଧାରା ୧୦(୨)(୧) ବଳରେ ସମ୍ପୃକ୍ତ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଭିନ୍ନ ସହରର ଦାଦନ ଶ୍ରମିକମାନେ ସେମାନଙ୍କ ଗାଁ ଅଭିମୁଖେ ଯିବା ପାଇଁ ସଂଗ୍ରାମ କରୁଥିବା ନେଇ ରିପୋର୍ଟ ପ୍ରକାଶ ପାଇବା ପରେ ସ୍ବରାଷ୍ଟ୍ର ସଚିବଙ୍କ ଦସ୍ତଖତ ସମ୍ବଳିତ ଏହି ନିର୍ଦ୍ଦେଶନାମା ରବିବାର ଅପରାହ୍ନରେ ଜାରି କରାଯାଇଛି। ଲକ୍‌ଡାଉନ୍‌ ବେଳେ ଶ୍ରମିକମାନେ ଯେପରି ସରହଦ ଅତିକ୍ରମ କରି ଅନ୍ୟତ୍ର ପଳାୟନ ନ କରନ୍ତି ସେଥିଲାଗି ରାଜ୍ୟଗୁଡ଼ିକର କର୍ତ୍ତୃପକ୍ଷମାନେ ରାଜ୍ୟ ତଥା ଜିଲା ସୀମା ବନ୍ଦ ପାଇଁ ସୁନିଶ୍ଚିତ କରିବେ ବୋଲି ଏଥିରେ ଉଲ୍ଲେଖ ରହିଛି। ପ୍ରକାଶ ଯେ, ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ମଧ୍ୟ ଗତ ୨୩ ତାରିଖରେ ଉଭୟ ସରକାରୀ ଓ ଘରୋଇ ନିଯୁକ୍ତିଦାତାଙ୍କ ସକାଶେ ଏକ ଆଡ୍‌ଭାଇଜରି ଜାରି କରାଯାଇଥିଲା। ଲକ୍‌ଡାଉନ୍‌ ବେଳେ କର୍ମଚାରୀମାନଙ୍କୁ ଛଟେଇ ନ କରିବା ଓ ସେମାନଙ୍କ ଦରମା ନ କାଟିବା ପାଇଁ ଏଥିରେ ଉଲ୍ଲେଖ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri