Posted inପୁରୀ

ଲକ୍‌ଡାଉନକୁ ବେଖାତିର, କଣାସ ହାଟରେ ଭିଡ଼

କଣାସ,୩୦ା୩(ସ୍ବ.ପ୍ର.)- କରୋନା ଭୂତାଣୁକୁ ରୋକିବା ପାଇଁ ସରକାର ସାରା ଦେଶରେ ୨୧ଦିନିଆ ଲକ୍‌ଡାଉନ ଘୋଷଣା କରି ଲୋକଙ୍କୁ ଘରେ ରହିବାକୁ କୁହାଯାଇଥିଲା। କିନ୍ତୁ ପୁରୀ ଜିଲା କଣାସ ବ୍ଲକରେ ଲକଡାଉନକୁ ବେଖାତିର କରି ସଚେତନ ହେଉ ନ ଥିବା ଦେଖିବାକୁ ମିଳୁଛି। ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା, ସାମାଜିକ ଦୂରତା ବଜାୟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ କଣାସ ସାପ୍ତାହିକ ହାଟରେ ଲୋକମାନଙ୍କ ନାହିଁ ନ ଥିବା ଭିଡ଼ ଜମୁଛି। ଲୋକେ ଗୋଟିଏ ସ୍ଥାନରେ ଏକାଠି ହୋଇ ପରିବା, ସାମଗ୍ରୀ କିଣୁଛନ୍ତି। ଯାହାଦ୍ୱାରା ପ୍ରଶାସନିକ ଅଧିକାରୀ ଓ ପୋଲିସଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ପ୍ରତ୍ୟେକ ଦିନ ବ୍ଲକ ପ୍ରଶାସନ ଓ ପୋଲିସ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ବଜର ଓ ଗାଁ ଗାଁ ବୁଲି ମହାମାରୀ କରୋନାର ପ୍ରାଦୁର୍ଭାବରୁ ରକ୍ଷା ପାଇବା ପାଇଁ ଜନସଧାରଣକୁ ନିଦେବନ କରାଯାଉଛି। କେତେକ ବ୍ୟକ୍ତି ଏହି ନିୟମକୁ ଉଲ୍ଲଂଘନ କରି ସାମଗ୍ରୀ କିଣିବା ନଁାରେ ବାହାରେ ବୁଲୁଥିବାବେଳେ ୧୦ରୁ ୧୫ଜଣ ଏକତ୍ରିତ ହୋଇ ସାମଗ୍ରୀ କିଣୁଛନ୍ତି। ଅନ୍ୟପକ୍ଷେ ଲୋକଙ୍କ ଭିଡ଼କୁ ଦେଖି ବ୍ୟବସାୟୀମାନେ ଅତ୍ୟାବଶ୍ୟକ ସାମଗ୍ରୀଗୁଡିକର ଦର ବୃଦ୍ଧି କରୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ସରକାରଙ୍କ ନିର୍ଦ୍ଦେଶ ଥିବାବେଳେ ବ୍ୟବସାୟୀମାନେ ନ ମାନି ଡାଲି, ଆଳୁ, ତେଲ ଉପରେ ୧୦ରୁ ୨୦ଟଙ୍କା ଅଧିକ ନେଉଛନ୍ତି। ରବିବାର ମଧ୍ୟ ହାଟରେ ମାଛ, ମାଂସ ଦୋକାନରେ ଭିଡ ଥିବାବେଳେ ଏହିସବୁ ଉପରେ ୫୦, ୧୦୦ଟଙ୍କା ଅଧିକ ରଖି ବିକ୍ରି କରୁଥିବାରୁ କିଛି ସମୟ ହୋହଲ୍ଲା ହୋଇଥିଲା। ଏହି ଦୋକାନମାନଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ...

ପ୍ରାର୍ଥତ୍ପତ୍ର ଦାଖଲ ବେଳେ ବିଜେଡି-ଭାଜପା ମୁହାଁମୁହିଁ

ପୁରୀ,୩୦ା୪(ଅଜିତ୍‌ ମହାନ୍ତି):ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାମାଙ୍କନ ଶୋଭାଯାତ୍ରାରେ ଆସିଥିବା ଭାଜପା ଓ ବିଜେଡି...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ପୁରୀ ସାହିଯାତରେ ପ୍ରଚାରକଲେ ନେତା

ପୁରୀ,୨୮ା୪(ଅଜିତ୍‌ ମହାନ୍ତି)ଶ୍ରୀକ୍ଷେତ୍ରରେ ସାହିଯାତକୁ ନେଇ ପୁରୀ ସହର ଏବେ ଉତ୍ସବମୁଖର। ସାହି ଯାତରେ ଶ୍ରୀକ୍ଷେତ୍ରର ପାରମ୍ପରିକ ସମରକଳା ନୃତ୍ୟ ଦେଖିବାକୁ ମଳୁଛି। ଶୁକ୍ରବାର ବାଲିସାହି ପକ୍ଷରୁ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri