ଉଲ୍ଲଂଘନକାରୀଙ୍କୁ ସାବାଡ୍‌ କର: ଡିଜିପି

ଢେଙ୍କାନାଳ ଅଫିସ୍‌, ୧।୪: ଢେଙ୍କାନାଳ ଜିଲା ପୋଲିସ କାର୍ଯ୍ୟାଳୟରେ ମଙ୍ଗଳବାର ଲକ୍‌ଡାଉନ୍‌ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ। ତାଲାବନ୍ଦ ନେଇ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ନେଇ ଡିଜିପି ସନ୍ତୋଷ ବ୍ୟକ୍ତ କରିଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କୁ ସାବାଡ଼ କରିବା ସହ ଜନସାଧାରଣଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବାକୁ ସେ ପୋଲିସ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଡିଜିପି ମଙ୍ଗଳବାର ମଧ୍ୟାହ୍ନରେ ଜିଲା ପୋଲିସ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଅଫିସକୁ ପ୍ରବେଶ କରିବା ପୂର୍ବରୁ ସେ ହାତକୁ ସାନିଟାଇଜ୍‌ କରିଥିଲେ। ଢେଙ୍କାନାଳ ସହର ସମେତ ଜିଲାରେ ଲକ୍‌ଡାଉନ୍‌ ସମୟରେ ନିଆଯାଇଥିବା ବିଭିନ୍ନ ବିଷୟକୁ ନେଇ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ଏବଂ ଏସ୍‌ପି ଅନୁପମା ଜେମ୍‌ସଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। କାର୍ଯ୍ୟରତ ସମୟରେ ବିରକ୍ତି ନ ହେବା, ନମ୍ର ବ୍ୟବହାର ପ୍ରଦର୍ଶନ, ଲକ୍‌ଡାଉନ ସମୟରେ ନିୟୋଜିତ ପୋଲିସ କର୍ମଚାରୀଙ୍କୁ ଗୋଟିଏ ଦିନ ଛୁଟି ପ୍ରଦାନ କରିବା ଉପରେ କରିବା ସେ ଗୁରୁତ୍ୱ ଦେଇଛନ୍ତି। ଏଥିସହ ଜିଲାରେ ମହଜୁଦ୍‌ ଥିବା ଅତ୍ୟାବଶ୍ୟକ ସାମଗ୍ରୀ, ବାହାରୁ ଯୋଗାଣ ହେଉଥିବା ସାମଗ୍ରୀ ଏବଂ ଔଷଧକୁ ନ ଅଟକାଇବା, ଲକ୍‌ଡାଉନ, କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ହେଉଥିବା ମାମଲାଗୁଡ଼ିକୁ ଠିକ୍‌ ଭାବେ ଅନୁଧ୍ୟାନ କରିବା, ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଡିଜିପି ରିଜର୍ଭ ପୋଲିସ ଲାଇନସ୍ଥିତ ବାରାକ୍‌ଗୁଡ଼ିକ ପରିଦର୍ଶନ କରି କର୍ମଚାରୀଙ୍କ ରହିବା ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ। ସାମାଜିକ ଦୂରତା ବଜାୟ ରଖିବା, ସ୍ବଚ୍ଛତା ପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। ଏହାବ୍ୟତୀତ ଲକ୍‌ଡାଉନ ପାଇଁ ହୋଇଥିବା ଜିଲା କଣ୍ଟ୍ରୋଲ ରୁମ୍‌ ବ୍ୟବସ୍ଥା, ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଦିଗରେ ବହୁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଥିଲେ। ଏହାପରେ ଢେଙ୍କାନାଳ-କପିଳାସ ରାସ୍ତାର ସରଖିଆସ୍ଥିତ ଓଏସ୍‌ଏପି ଫାଷ୍ଟ ବାଟାଲିୟନ କ୍ୟାମ୍ପସ ପରିଦର୍ଶନ କରି କୋଭିଡ୍‌-୧୯ ସଂକ୍ରମଣ ପ୍ରତିରୋଧ ଲାଗି ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଅନୁଧ୍ୟାନ କରିଥିଲେ। ସୂଚନାଯୋଗ୍ୟ, ଜିଲାରେ ଲକ୍‌ଡାଉନ ସମୟରେ ଆଇନ ଶୃଙ୍ଖଳା ରକ୍ଷା ପାଇଁ ୪ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସୀମାନ୍ତରେ କଡ଼ା ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ...

ପର୍ଯ୍ୟଟନସ୍ଥଳୀରେ ଜମୁଛି ଲୋକଙ୍କ ଭିଡ଼, ୧୧୦ ଫୁଟ ଉଚ୍ଚର ବତିଘର ଉପରୁ ସେଲ୍‌ଫି ନେଇ…

ମହାକାଳପଡ଼ା,୨ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ନୂଆବର୍ଷରେ ବିଭିନ୍ନ ଧାର୍ମିକ ପୀଠ ଓ ପର୍ଯ୍ୟଟନ ସ୍ଥଳରେ  ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ...

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri