ଓ୍ବାଶିଂଟନ,୧ା୪(ଏ.ପି.)- ଆମେରିକାର ପୂର୍ବତନ ଡେଭିସ କପ୍ ଅଧିନାୟକ ପାଟ୍ରିକ୍ ମେକ୍ଏନ୍ରୋ କରୋନା ଭାଇରସ୍ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରି ସେ ଏ ନେଇ ସମସ୍ତଙ୍କୁ ଜଣାଇଛନ୍ତି। ମେକ୍ଏନ୍ରୋ ହେଉଛନ୍ତି ୮ଥର ମେଜର ଚାମ୍ପିୟନ ଜନ୍ ମ୍ୟାନଏନ୍ରୋଙ୍କ ସାନ ଭାଇ। ୧୦ ଦିନ ତଳେ କରୋନା ଭାଇରସ ସମ୍ପର୍କିତ କେତେକ ଲକ୍ଷଣ ଦେଖା ଦେବାରୁ ସେ ନିଜର ପରୀକ୍ଷା କରାଇଥିଲେ। ଶେଷରେ ସେ ପଜିଟିଭ୍ ବୋଲି ଜଣା ପଡିଥିଲା। ତେବେ ବର୍ତ୍ତମାନ ଏହି ଲକ୍ଷଣ ଆଉ ଦେଖଯାଇନାହିଁ ଓ ମୁଁ ଶତପ୍ରତିଶତ ସୁସ୍ଥ ଅନୁଭବ କରୁଛି ବୋଲି ମ୍ୟାକ୍ଏନ୍ରେ କହିଛନ୍ତି।
ଜଣେ ଟେନିସ ଖେଳାଳିଭାବେ ସେ ୧୯୮୯ରେ ସେ ଫ୍ରେଞ୍ଚ୍ ଓପନ ଜିତିଥିଲେ। ସେ ସିଙ୍ଗଲ୍ସରେ ଗୋଟିଏ ଓ ଡବଲ୍ସରେ ୧୬ଟି ଟୁର୍ନାମେଣ୍ଟରେ ବିଜୟୀ ହୋଇଥିଲେ। ବଡ଼ ଭାଇ ଜନ୍ଙ୍କ ପରେ ଡେଭିସ୍ କପ୍ ନେତୃତ୍ୱ ନେଇଥିଲେ ଓ ପାଖାପାଖି ୧୦ ବର୍ଷ ଦାୟିତ୍ୱ ସମ୍ପାଦନ କରିଥିଲେ। ୨୦୦୭ରେ ସେ ଆମେରିକାକୁ ଡେଭିସ୍ କପ୍ ଚାମ୍ପିୟନ କରାଇଥିଲେ। ସେ ମଧ୍ୟ ୟୁଏସ୍ ଟେନିସ ଆସୋସିଏଶନର ପ୍ଲେୟାର ଡେଭଲପମଣ୍ଟେର ଜେନେରାଲ ମ୍ୟାନେଜର ଭାବେ ସଫଳତାର ସହ କାର୍ଯ୍ୟ କରିଥିଲେ। ସେ ଓ ତାଙ୍କ ଭାଇ ଏବେ ଟେନିସ ମ୍ୟାଚ୍ରେ ଟିଭି ଆନାଲିଷ୍ଟ ଭାବେ କାର୍ଯ୍ୟ କରୁଛନ୍ତି।
Posted inHome, Home Left, କରୋନା ଭାଇରସ୍, ଖେଳ View All
ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ
ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...
ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା
ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...
ରାସ୍ତାରେ ଟ୍ରକ୍ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍ ଗେଟ୍ ନିକଟରେ...
ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ
ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...
ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...
୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା
ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...
Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ
ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...
ବାମଣ୍ଡା କପ୍ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ
ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ ଅରୁଣୋଦୟ ରାଞ୍ଚି...
Archives


