କରୋନା ସହାୟତା ପାଇଁ ୨.0୩ କୋଟି ଦେଲେ ଆସିକା ଏମ୍‌ପି

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଏମ୍‌ପି ପ୍ରମିଳା ବିଷୋୟୀ କରୋନା ମୁକାବିଲା ପାଇଁ ୨କୋଟି ୩ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ଏମ୍‌ପି ବିଷୋୟୀ ୩ଲକ୍ଷ ଟଙ୍କାର ଏକ ଚେକ୍‌ ମୁଖ୍ୟନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ପ୍ରଦାନ କରିଛନ୍ତି। ଏଥିସହ ଏମ୍‌ପି ବିଷୋୟୀ ତାଙ୍କ ଏମ୍‌ପି ଫଣ୍ଡରୁ କେନ୍ଦ୍ର ସରକାରଙ୍କ ପିଏମ୍‌-କେୟାର୍ସ ସହାୟତା ପାଣ୍ଠିକୁ ୧କୋଟି ଟଙ୍କା ଏବଂ ଆସିକା ସଂସଦୀୟ କ୍ଷେତ୍ରରେ ସହାୟତା ନିମନ୍ତେ ଗଞ୍ଜାମ ଜିଲାପାଳଙ୍କୁ ୧ କୋଟି ଟଙ୍କା ମଧ୍ୟ ପ୍ରଦାନ କରିଥିବା ଜଣାଯାଇଛି। ଏମ୍‌ପି ବିଷୋୟୀଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ସମ୍ମତି ପତ୍ର ଲୋକସଭା ସଚିବାଳୟକୁ ପ୍ରଦାନ କରାଯାଇଥିବାବେଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ୧କୋଟି ଟଙ୍କାର ସହାୟତା ନିମନ୍ତେ ପ୍ରଦାନ କରିବା ସହ ଏହାର ନକଲ କେନ୍ଦ୍ର ସରକାରଙ୍କ ଷ୍ଟାଟିଟିକ୍ସ ମନ୍ତ୍ରଣାଳୟର ନିର୍ଦ୍ଦେଶକଙ୍କ ନିକଟକୁ ପ୍ରେରଣ କରିଥିବା ଏମ୍‌ପି ବିଷୋୟୀଙ୍କ ବ୍ୟକ୍ତିଗତ ସହାୟକ ନୀଳମଣି ପଟ୍ଟନାୟକ ଓ ସୁରଥ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri