Posted inଖେଳ

ଭାରତୀୟ ଖେଳାଳିଙ୍କୁ ନେଇ ହେଉ ଆଇପିଏଲ୍‌

ନୂଆଦିଲ୍ଲୀ, ୨ା୪ (ପି.ଟି.) କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)କୁ ଘୁଞ୍ଚାଇ ଦିଆଯାଇଛି। ତେବେ ଏହି ବ୍ୟୟବହୁଳ ଇଭେଣ୍ଟ କେବେ ହେବ ଅବା ସମ୍ପୂର୍ଣ୍ଣ ବାତିଲ କରିଦିଆଯିବ ତାହା ଏପ୍ରିଲ ୧୪ରେ ସ୍ପଷ୍ଟ ହେବ। ଆଗରୁ ଯଦି ଅବା ଏହି ଟି୨୦ ଟୁର୍ନାମେଣ୍ଟ ଆୟୋଜିତ ହୁଏ ମ୍ୟାଚ ସଂଖ୍ୟା ହ୍ରାସ କରାଯାଇ ଏହାର କଳେବରକୁ ସଂକ୍ଷିପ୍ତ କରାଯିବ। ଏହି ପରିସ୍ଥିତିରେ କେବଳ ଭାରତୀୟ ଖେଳାଳିଙ୍କୁ ନେଇ ଆଇପିଏଲ୍‌ କରିବା ବୁଦ୍ଧିମାନର କାର୍ଯ୍ୟହେବ ବୋଲି ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜ୍‌ର ସିଇଓ ରଣଜିତ୍‌ ବର୍‌ଠାକୁର ମତ ଦେଇଛନ୍ତି। କାରଣ କୋଭିଡ୍‌-୧୯ ପାଇଁ ବିଦେଶୀଙ୍କ ଆଗମନ ଉପରେ କଟକଣା ଜାରି କରାଯାଇଛି ବୋଲି ସେ କହିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଆଇପିଏଲ୍‌ର ୧୩ତମ ସଂସ୍କରଣ ମାର୍ଚ୍ଚ ୨୯ରୁ ଖେଳାଯାଇଥାନ୍ତା। ଦେଶରେ କରୋନା ମହାମାରୀ ବ୍ୟାପିବା ଆଶଙ୍କା ଦେଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଯଦି ବିକଳ୍ପ ରାସ୍ତା ଖୋଜି ବାହାର ନ କରେ ତେବେ ଇଭେଣ୍ଟର ଆୟୋଜନ ଅସମ୍ଭବ ମନେହୁଏ ବୋଲି ବର୍‌ଠାକୁର କହିଛନ୍ତି। ଆଇପିଏଲ କେବଳ ଭାରତୀୟ ଖେଳାଳିଙ୍କୁ ନେଇ ହେଉ ଏକଥା ଆମେ ପୂର୍ବରୁ କେବେ ଚିନ୍ତା କରି ନ ଥିଲୁ। ବର୍ତ୍ତମାନର ପରିସ୍ଥିତି ଆମକୁ ବାଧ୍ୟ କରୁଛି। ଆଇପିଏଲକୁ ବାତିଲ କରା ନ ଯାଇ କେବଳ ଭାରତୀୟ ଖେଳାଳିଙ୍କ ମଧ୍ୟରେ ସୀମିତ ରଖିଲେ ଭଲ। ମାର୍ଚ୍ଚ ମାସରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ବିସିସିଆଇ ଆଇପିଏଲ୍‌କୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri