ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଭତ୍ତା ଟଙ୍କା ମିଳିନି

କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ)- କରୋନାକୁ ମହାମାରି ଘୋଷଣା ହେବା ପରେ ସରକାର ବାର୍ଦ୍ଧକ୍ୟ, ବିଧବା, ମଧୁବାବୁ ପେନସନ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ୪ ମାସର ଟଙ୍କା ଆଗୁଆ ଦେବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି। ହେଲେ ତାହାର ବ୍ୟତିକ୍ରମ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ପଞ୍ଚାୟତରେ। ଏହି ବ୍ଲକରେ ଅନ୍ୟାନ୍ୟ ପଞ୍ଚାୟତରେ ଏପ୍ରିଲ, ମେ, ଜୁନ, ଜୁଲାଇର ଭତ୍ତା ପ୍ରଦାନ କରାଯାଇ ସାରିଛି। ହେଲେ ବୋରପଦର ପଞ୍ଚାୟତର ପାଲେପଡାର ପ୍ରାୟ ୧୦ ଜଣ ବ୍ୟକ୍ତିଙ୍କୁ ଭତ୍ତା ଟଙ୍କା ଦିଆ ଯାଇନଥିବା ଅଭିଯୋଗ ହେଉଛି । ଏ ନେଇ ବ୍ଲକ ସମାଜ ସୁରକ୍ଷା ସଂପ୍ରସାରଣ ଅଧିକାରୀ (ବିଏସଏସଇଓ) ସସ୍ମିତା ପଟେଲଙ୍କୁ ପଚାରିବାରୁ ପଞ୍ଚାୟତର ପିଇଓଙ୍କୁ ଟଙ୍କା ଦିଆଯାଇଛି। ତେବେ ସେ କାହିଁକି ବାଣ୍ଟି ନାହାନ୍ତି ତାଙ୍କ ଫୋନ ଲାଗୁ ନ ଥିବାରୁ ଜଣାପଡୁ ନାହିଁ ବୋଲି ପଟେଲ କହିଛନ୍ତି । ଅନ୍ୟପଟେ ସରପଞ୍ଚ ମାଧବ ସାହୁଙ୍କୁ ପଚାରିବାରୁ ସେ ଅଭିଯୋଗ ପାଇବା ପରେ ପିଇଓଙ୍କୁ ଫୋନ୍‌ କରିଥିଲେ। ତାଙ୍କ ମୋବାଇଲ ସୁଇଚ୍‌ ଅଫ୍‌ ଅଛି। ଏଣୁ କିଛି କରାଯାଇ ପାରୁନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri