କଟକଣା ପାଇଁ ରାମନବମୀ ପୂଜା ଫିକା: ୭ ଦିନ ପରିବର୍ତ୍ତେ ୨ ଘଣ୍ଟାରେ ପୂଜା ଶେଷ

ବନ୍ତ,୨ା୪(ଡି.ଏନ୍‌.ଏ.)-ଚଳିତ ବର୍ଷ କରୋନା କଟକଣା ପାଇଁ ବନ୍ତ ବ୍ଳକ ଟିଲୋ ମାଳିସାହି ଛକ ଠାରେ ନିରାଡମ୍ବର ସହକାରେ ରାମନବମୀ ପୂଜା ପାଳିତ ହୋଇଛି । ଦୀର୍ଘ ୪୩ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ଏହି ପୂଜା ଚଳିତ ବର୍ଷ ୭ ଦିନ ପରିବର୍ତ୍ତେ ୨ ଘଣ୍ଟାରେ ଶେଷ ହୋଇଛି । ଭୋର ସମୟରେ ନିକଟସ୍ଥ ଗ୍ରେନଗୋଲା ବୁଡି ପୋଖରୀରୁ କଳସ ଅଣାଯାଇ ଘଟ ସ୍ଥାପନା ପୂର୍ବକ ପୂଜା କାର୍ଯ୍ୟ ଆରମ୍ଭ ହୋଇଥିଲା । ୫ କଳସ ପରିବର୍ତ୍ତେ କେବଳ ବରିଷ୍ଠ ସଭ୍ୟ ଜଗବନ୍ଧୁ ଖୁଣ୍ଟିଆ କଳସ ଆଣିଥିଲେ। ପୂଜକଭାସ୍କର ଚନ୍ଦ୍ର ଶତପଥୀ, ସହକାରୀ ପୂଜକ ବିଜୟ ଦାଶଙ୍କ ଦ୍ୱାରା ପୂଜା କାର୍ଯ୍ୟ ସମାପନ ହୋଇଥିଲା। ସକାଳ ୯ଟା ସୁଦ୍ଧା ପୂଜାର ସମସ୍ତ ପୂଜା କାର୍ଯ୍ୟ ସମ୍ପନ୍ନ ହୋଇଥିଲା । ସାମାଜିକ ଦୂରତା ରକ୍ଷା କରି ସ୍ଥାନୀୟ ଅଞ୍ଚଳର ଓଷା ରଖିଥିବା ମହିଳା ଓ ପୁରୁଷ ଭକ୍ତ ମାନେ ଠାକୁରଙ୍କ ଠାରୁ ପଣା ଓ ପ୍ରସାଦ ସେବନ କରିଥିଲେ । ପୂଜା କମିଟିର ସଭାପତି ଘନଶ୍ୟାମ ସା ଓ ସମ୍ପାଦକ ମଧୁସୂଦନ ସାମଲ, ଦେବେନ୍ଦ୍ର ନାଥ ସାହୁ, ବିଦ୍ୟାଧର ଲେଙ୍କା, କ୍ଷୀରୋଦ ରାଉତ, ସଂଗ୍ରାମ କେଶରୀ ଜେନା ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri