କରୋନା ମୁକାବିଲା ଅଭିଯାନରେ ସାମିଲ ହେଲେ ବିଧାୟିକା

ସୁନ୍ଦରଗଡ, ୨ା୪ (ଡି.ଏନ୍‌.ଏ) : କରୋନା ସଚେତନତା ଅଭିଯାନରେ ସାମିଲ ହୋଇଛନ୍ତି ସୁନ୍ଦରଗଡ ବିଧାୟିକା କୁସୁମ ଟେଟେ। ସୁନ୍ଦରଗଡ ପୌରାଞ୍ଚଳ ଓ ସଦର ବ୍ଲକର ବିଭିନ୍ନ ଅଞ୍ଚଳକୁ ଯାଇ ସେ ଲୋକଙ୍କୁ ସଚେତନ କରୁଛନ୍ତି। ବିଧାୟିକା ସୁନ୍ଦରଗଡ ନାରୀ କଲ୍ୟାଣ କେନ୍ଦ୍ରଠାରେ ହୋଇଥିବା କ୍ୱାରେଣ୍ଟାଇନ୍‌ ଓ୍ବାର୍ଡ ବୁଲି ଦେଖିବା ସହ ଅଟକ ଥିବା ଲୋକଙ୍କ ସୁବିଧା, ଅସୁବିଧା ପଚାରି ବୁଝିଥିଲେ। ହାତଧୁଆ ସାବୁନ୍‌ ବଣ୍ଟନ କରି ନିୟମିତ ହାତ ଧୋଇବାକୁ ବୁଝାଇଥିଲେ। ସେହିପରି ସଦର ବ୍ଲକର ସାଲେପାଲି, କୁଲଟା, ଲେଡିମଙ୍ଗ, ବିରବିରା, ମଝାପଡା, କର୍ଲା, ଭଷ୍ମା, କୁଣ୍ଡୁକେଲା, ଦେଉଳୀ, ମସ୍ନିକାନି, ଭେଡାବାହାଲ, ଲଙ୍କାହୁଡା ଆଦି ପଂଚାୟତ ପରିଦର୍ଶନ କରି ପଂଚାୟତ ଗୁଡିକରେ ହୋଇଥିବା ଆଇସୋଲେସନ ଓାର୍ଡ ବୁଲି ଦେଖିଥିଲେ । ଏଭଳି କଠିନ ସମୟରେ ଗ୍ରାମବାସୀଙ୍କ ସମସ୍ୟା ବୁଝିବା ସହିତ ସରକାରଙ୍କ ଦ୍ୱାରା ଆଗୁଆ ୩ମାସର ଭତ୍ତା ଓ ଖାଉଟୀ ସାମଗ୍ରୀ ଠିକ ଭାବେ ମିଳୁଛି କି ନାହିଁ ଲୋକଙ୍କୁ ପଚାରି ବୁଝିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri