Posted inଖେଳ

କୋଭିଡ-୧୯: ୭୧ ଲକ୍ଷ ଟଙ୍କା ପାଣ୍ଠି ସଂଗ୍ରହ କଲା ଆଇଓଏ

ନୂଆଦିଲ୍ଲୀ,୩।୪(ପି.ଟି.): କୋଭିଡ-୧୯ ମୁକାବିଲା ପାଇଁ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ୭୧ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛି। ସବୁ ରାଜ୍ୟର ଅନୁବନ୍ଧିତ କ୍ରୀଡ଼ା ଆସୋସିଏଶନ ଓ ଜାତୀୟ କ୍ରୀଡ଼ା ଫେଡେରେଶନ (ଏନ୍‌ଏସ୍‌ଏଫ୍‌) ଗୁଡିକର ଅର୍ଥ ଦାନ କରିଛନ୍ତି। ଏହାକୁ ନେଇ ଆଇଓଏ ଏହି ପରିମାଣର ଅର୍ଥ ସଂଗ୍ରହ କରିଛି।
ଆଇଓଏ ଏଥିପାଇଁ ସବୁ ଏନ୍‌ଏସ୍‌ଏଫ୍‌ ଓ ରାଜ୍ୟ ଆସୋସିଏଶନଗୁଡିକୁ କୃତଜ୍ଞତା ଜଣାଇଛନ୍ତି। କରୋନା ଭାଇରସ ମୁକାବିଲା ପାଇଁ ଅର୍ଥ ଆବଶ୍ୟକ ହେଉଥିବା ବେଳେ ଏନ୍‌ଏସ୍‌ଏଫ୍‌ ଓ ଆସୋସିଏଶନଗୁଡିକର ଅର୍ଥ ଦାନ ବେଶ୍‌ ମହତ୍ତ୍ୱ ରଖୁଛି ବୋଲି ଆଇଓଏ ସାଧାରଣ ସମ୍ପାଦକ ରାଜୀବ ମେହଟା କହିଛନ୍ତି। ଦେଶର ଏହି ଘଡି ସନ୍ଧି ମୁହୂର୍ତ୍ତରେ ପୂରା ଅଲିମ୍ପିକ୍‌ ପରିବାର ଏକାଠି ହେବା ବଡ଼ କଥା। ଏବେ ଆମକୁ ଆହୁରି ଦୃଢତାର ସହ ମୁକାବିଲା କରିବାକୁ ହେବ। ଏବେ ଆଇଓଏ ଏହି ପରିମାଣର ଅର୍ଥକୁ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ଦାନ ଦେବ ବୋଲି କୁହାଯାଇଛି।
କରୋନା ଭାଇରସ ସଂକ୍ରମଣରେ ସାରା ବିଶ୍ୱରେ ଏପର୍ଯ୍ୟନ୍ତ ୫୩,୦୦୦ ଲୋକ ପ୍ରାଣ ହରାଇଲେଣି। କେବଳ ଭାରତରେ ୫୬ଜଣ ଲୋକ ଏହି ଭାଇରସ୍‌ ଦ୍ୱାରା ପ୍ରାଣ ହରାଇଛନ୍ତି ଓ ୨,୦୦୦ ଲୋକ ସଂକ୍ରମିତ ହୋଇଛନ୍ତି। ବିଭିନ୍ନ କ୍ରୀଡ଼ାବିତ୍‌ ଏହି ଭାଇରସ ମୁକାବିଲାରେ ସାମି ଅର୍ଥ ପ୍ରଦାନ କରିଛନ୍ତି। ସେମାନଙ୍କ ମଧ୍ୟରେ ରହିଛନ୍ତି ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି, କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ, ଆଥଲେଟନ ନୀରଜ ଚୋପ୍ରା ଓ ହିମା ଦାସ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri