Posted inଖେଳ

ଏ’ ଟିମ୍‌ର ଭାରତଗସ୍ତ ନେଇ ନ୍ୟୁଜିଲାଣ୍ଡ ଆଶାବାଦୀ

ଅକଲାଣ୍ଡ, ୩।୪(ପି.ଟି.)- କୋଭିଡ୍‌-୧୯ ସାରା ବିଶ୍ୱରେ ଆତଙ୍କ ଖେଳିଥିବା ବେଳେ ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡସି) ଏ’ ଦଳର ଭାରତ ଗସ୍ତ ନେଇ ବେଶ୍‌ ଆଶାବାଦୀ ଥିବା କହିଛି। ଅଗଷ୍ଟରେ ନ୍ୟୁଜିଲାଣ୍ଡ ଏ’ ଦଳ ଭାରତ ଗସ୍ତରେ ଆସିବ। ଏହି ଗସ୍ତ ନେଇ ଏବେଠାରୁ କିଛି କହିବା ଶୀଘ୍ର ହେବ ନ୍ୟୁଜିଲାଣ୍ଡ କ୍ରିକେଟ ତରଫରୁ କୁହାଯାଇଛି। ଶୀତକାଳୀନ ଗସ୍ତରେ ନ୍ୟୁଜିଲାଣ୍ଡ ସିନିୟର ଦଳ ଆଗାମୀ ଜୁନ୍‌ ଓ ଜୁଲାଇରେ ନେଦରଲାଣ୍ଡ୍ସ, ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ଗସ୍ତ ନେଇ ଜବରଦସ୍ତ ଆଶଙ୍କା ପ୍ରକାଶ ପାଇଛି ବୋଲି ନ୍ୟୁଜିଲାଣ୍ଡ କ୍ରିକେଟ ସ୍ବୀକାର କରିଛି। ଏହି ଗସ୍ତ ବାତିଲ ହେବ ବୋଲି କହିବା ଏବେ ଠିକ୍‌ ନୁହଁ ବୋଲି କୁହାଯାଇଛି।
ଚଳିତମାସରେ ନ୍ୟୁଜିଲାଣ୍ଡ ମହିଳା ଦଳ ଶ୍ରୀଲଙ୍କା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ତେବେ ଏହାକୁ ବାତିଲ କରାଯାଇଛି ବୋଲି ଏଜେଡ୍‌ସି ମୁଖ୍ୟ କାର୍ଯ୍ୟନିର୍ବାହୀ ଡେଭିଡ ହ୍ବାଇଟ୍‌ କହିଛନ୍ତି। କୋଭିଡ୍‌-୧୯ ଏବେ କ୍ରୀଡ଼ା ପାଇଁ ନୈରାଶ୍ୟଜନକ ପରିସ୍ଥିତି ସୃଷ୍ଟି କରିଛି। ଆମେ ଦେଶ ଓ ସାରା ବିଶ୍ୱର ଲୋକଙ୍କ ମଙ୍ଗଳ ପାଇଁ ଆମକୁ କାର୍ଯ୍ୟ କରିବାକୁ ହେବ ବୋଲି ସେ କହିଛନ୍ତି। ଅଗଷ୍ଟରେ ନ୍ୟୁଜିଲାଣ୍ଡ ବାଂଲାଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏବେ ଏହି ଗସ୍ତ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି ହ୍ବାଇଟ୍‌ କହିଛନ୍ତି। କ୍ରିକେଟର ଭବିଷ୍ୟତ ଉପରେ ନ୍ୟୁଜିଲାଣ୍ଡ ଫୋକସ କରୁଛି। ଭବିଷ୍ୟତ ଅନିଶ୍ଚିତତା ଭିତରେ ରହିଥିଲେ ମଧ୍ୟ ଆମକୁ ସବୁ ପ୍ରକାର ପରିସ୍ଥିତି ପାଇଁ ପ୍ରସ୍ତୁତ ରହିବାକୁ ପଡିବ। କ୍ରିକେଟର ବୃହତ୍ତର ସ୍ବାର୍ଥ ପାଇଁ ଆମକୁ ଯାହା ଆବଶ୍ୟକ ତାହା କରିବାକୁ ପଡିବ ବୋଲି ହ୍ବାଇଟ୍‌ ସ୍ପଷ୍ଟ କରିଛନ୍ତି। ସାରା ବିଶ୍ୱରେ କରୋନା ଭାଇରସ୍‌ ଦ୍ୱାରା ୫୦,୦୦୦ ଲୋକ ମୃତ୍ୟୁବରଣ କରିଛନ୍ତି ଓ ୧୦,୦୦,୦୦୦ ଲୋକ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri