ଛତ୍ରପୁର,୪।୪(ଡି.ଏନ୍.ଏ.)- କରୋନା ଭୂତାଣୁ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟରୁ ଫେରିଥିବା ବହିରାଗତଙ୍କ ମଧ୍ୟରୁ ବର୍ତ୍ତମାନ 25 ହଜାର 266 ଜଣ ହୋମ୍ କ୍ୱାରାଣ୍ଟାଇନରେ ଅଛନ୍ତି। ସେଥିମଧ୍ୟରେ 415 ଜଣ ବିଦେଶରୁ ଫେରିଥିବାବେଳେ 24 ହଜାର 851 ଜଣ ରାଜ୍ୟ ବାହାରୁ ଫେରିଥିଲେ। ତାଙ୍କ ଘର ବାହାରେ ସୂଚନାଫଳକ ଲଗାଯାଇ ପ୍ରତିଦିନ ଅଙ୍ଗନଓ୍ବାଡି ଓ ସ୍ବାସ୍ଥ୍ୟକର୍ମୀ ସେମାନଙ୍କ ଘରକୁ ଯାଇ ଭଲମନ୍ଦ ପଚାରି ବୁଝୁଛନ୍ତି। ଏଥିସହ ପ୍ରତିଦିନ ଏ ସମ୍ପର୍କିତ ରିପୋର୍ଟ ଜିଲାପାଳଙ୍କ ନିକଟକୁ ପଠାଯାଉଛି। ଅପରପକ୍ଷରେ 315 ଜଣ ବିଦେଶ ଫେରନ୍ତାଙ୍କ ହୋମ କ୍ୱାରାଣ୍ଟାଇନ ଅବଧି ସରିଯାଇଛି। ତେବେ ଅବଧି ସରିଲା ପରେ ମଧ୍ୟ ଅନ୍ୟମାନଙ୍କ ଭଳି ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଗଞ୍ଜାମ ଜିଲାକୁ ମୋଟ ୭୩୦ ଜଣ ବିଦେଶରୁ ଫେରିଥିଲା ବେଳେ 24 ହଜାର 851 ଜଣ ବାହାର ରାଜ୍ୟରୁ ଫେରିଥିଲେ। ବର୍ତ୍ତମାନ ସୁଦ୍ଧା 158 ଜଣ କରୋନା ସନ୍ଦିଗ୍ଧଙ୍କ ପରୀକ୍ଷା କରାଯାଇଥିଲା, ତେବେ କେହି ସଂକ୍ରମିତ ନ ଥିବା ଜଣାପଡିଥିଲା।
ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…
ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...
ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ
ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...
ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ
ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...
୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା
ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...
ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ
ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...
ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ
ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...
୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ
ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...
ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ
କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍.ଏସ୍. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...
Archives


