ରଥଯାତ୍ରା ପ୍ରସାରଣ ବ୍ୟବସାୟୀକରଣକୁ ନାଗରିକ ଫୋରମ୍‌ର ବିରୋଧ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣକୁ ବ୍ୟବସାୟୀକରଣ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଗତ ୪ ତାରିଖରେ ଏକ ଚିଠି ଜରିଆରେ ବିଜ୍ଞପ୍ତି ଜାରି କରାଯାଇଛି। ମନ୍ଦିର ପ୍ରଶାସନର ଏଭଳି ପଦକ୍ଷେପ ଦ୍ୱାରା ବିଶ୍ୱର କୋଟିକୋଟି ଜଗନ୍ନାଥପ୍ରେମୀ ରଥଯାତ୍ରାର ସିଧା ପ୍ରସାରଣ ଦେଖିବାରୁ ବଞ୍ଚିତ ହେବେ ବୋଲି ଓଡ଼ିଶା ସଚେତନ ନାଗରିକ ଫୋରମ୍‌ ପକ୍ଷରୁ ଅଭିଯୋଗ କରାଯାଇଛି। ଜମି ମାଫିଆମାନେ ମାଡ଼ିବସିଥିବା ମହାପ୍ରଭୁଙ୍କର ହଜାର ହଜାର ଏକର ଜମିକୁ ଉଦ୍ଧାର କରିବାରେ ମନ୍ଦିର ପ୍ରଶାସନ ବିଫଳ ହୋଇଛି। ଏପଟେ ରଥଯାତ୍ରାର ସିଧା ପ୍ରସାରଣ ନିମନ୍ତେ ଟେଣ୍ଡର ଡାକି ପ୍ରସାରଣ ଦାୟିତ୍ୱ ଦେବାର ଯେଉଁ ମସୁଧା କରିଛନ୍ତି, ତାହା କୋଟିକୋଟି ଭକ୍ତଙ୍କ ମନରେ ଆଘାତ ଦେଇଛି। ଏହାଫଳରେ ଆସନ୍ତା ରଥଯାତ୍ରା ସମୟରେ ଟେଲିଭିଜନ ପ୍ରସାରଣ ଅଧିକାରକୁ ନେଇ ଭକ୍ତଙ୍କ ଭିତରେ ଅଶାନ୍ତି ଓ ଅସନ୍ତୋଷର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ଜଗନ୍ନାଥପ୍ରେମୀଙ୍କ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ତୁରନ୍ତ ଏହି ଟେଣ୍ଡର ପ୍ରକ୍ରିୟାକୁ ବନ୍ଦ କରିବାକୁ ନାଗରିକ ଫୋରମ୍‌ ଦାବି କରିଛି। ସରକାର ଯଦି ଏ ଦିଗରେ ବିହିତ ପଦକ୍ଷେପ ନ ନିଅନ୍ତି, ତା’ହେଲେ ରଥଯାତ୍ରାର ସିଧା ପ୍ରସାରଣ ଦେଖିବାର ଭକ୍ତଙ୍କ ଭିତରେ ଯେଉଁ ଆଗ୍ରହ ଓ ଉତ୍ସାହ ଥାଏ, ତାହା ମଉଳିଯିବ। ଏଭଳି ସ୍ଥିତିରେ ମନ୍ଦିର ପ୍ରଶାସନର ଏହି ବ୍ୟବସାୟିକ ମନୋବୃତ୍ତି ଓ ଅପରିଣାମଦର୍ଶୀ ନିଷ୍ପତ୍ତି ବନ୍ଦ କରିବା ପାଇଁ ସରକାର ତୁରନ୍ତ ହସ୍ତକ୍ଷେପ କରିବାକୁ ଫୋରମ୍‌ ପକ୍ଷରୁ ସଭାପତି ପ୍ରଦୋଷ ପଟ୍ଟନାୟକ ଓ ସମ୍ପାଦକ ଦିଲ୍ଲୀପ ହାଲି ମୁଖ୍ୟମନ୍ତ୍ରୀ ଏବଂ ଆଇନ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri