କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ଦାବି ଜିଲାପାଳଙ୍କୁ ଭେଟିଲେ ଅଭିଭାବକ ସଂଘ ପ୍ରତିନିଧି

ନୂଆଗାଁ(ଡି.ଏନ.ଏ.)/ନୟାଗଡ଼ ଅଫିସ, ୧୧।୬-ନୟାଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଦାବି କରାଯାଇଛି। ସୋମବାର ଭୁବନେଶ୍ୱର ଓଡ଼ିଶା ଅଭିଭାବକ ସଂଘର ୪ ଜଣିଆ ପ୍ରତିନିଧି ଦଳ ନୟାଗଡ଼ ଆସି ଜିଲାପାଳଙ୍କ ନିକଟରେ ଏ ସମ୍ପର୍କରେ ଆଲୋଚନା କରି ଦାବି ଉପସ୍ଥାପନ କରିଛନ୍ତି । ନୟାଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ପଢୁଥିବା ଛାତ୍ରୀଛାତ୍ରମାନେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ହେବା ପରେ ଏକାଦଶ ଶ୍ରେଣୀରେ ପଢିବା ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଏଠାରେ କିଭଳି ଭାବରେ ଏକାଦଶ ଶ୍ରେଣୀ ଖୋଲିବ ସେ ନେଇ ଓଡିଶା ଅଭିଭାବକ ସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟ, ଉପାଧ୍ୟକ୍ଷ ପ୍ରସନ୍ନ କୁମାର ବିଶୋୟୀ, ଭୂମୋହନ ପଟ୍ଟନାୟକ ଓ ଉପଦେଷ୍ଟା ବିଜୟ କୁମାର ନନ୍ଦ ପ୍ରମୁଖ ଜିଲାପାଳ ଡା. ଏନ. ତିରୁମାଲା ନାୟକଙ୍କୁ ଭେଟିଥିଲେ। ନୟାଗଡ଼ ସମେତ ଏକା ସମୟରେ ଓଡ଼ିଶାର ବିଭିନ୍ନ ସ୍ଥାନ ଯଥା ସୋନପୁର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ନୂଆପଡ଼ା, ଭଞ୍ଜନଗର, କେନ୍ଦୁଝର, ଆସ୍କା ଆଦି ସ୍ଥାନରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯାଇଥିଲା। ସେ ସମସ୍ତ ସ୍ଥାନରେ ଏକାଦଶ ଶ୍ରେଣୀ ଖୋଲି ସାରିଥିବା ବେଳେ ନୟାଗଡ଼ରେ ଖୋଲାଯାଉ ନାହିଁ। କେନ୍ଦ୍ରୀୟ ବିଦ୍ୟାଳୟର ନୂତନଗୃହ ନିର୍ମାଣ କାର୍ଯ୍ୟ ଶେଷ ହୋଇ ସାରିଥିବା ବେଳେ ବିଦ୍ୟାଳୟକୁ ସ୍ଥାନାନ୍ତର କରା ନ ଯାଇ ବ୍ରଜେନ୍ଦ୍ର ହାଇସ୍କୁଲ ପରିସର ମଧ୍ୟରେ ପୂର୍ବପରି ଚାଲୁ ରହିଛି ା ଫଳରେ ନୂତନ ଗୃହକୁ ବିଦ୍ୟାଳୟ ସ୍ଥାନାନ୍ତରଣ ଏବଂ ଏକାଦଶ ଶ୍ରେଣୀ ଖୋଲିବା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟ ଅଭିଭାବକ ସଂଘ ପକ୍ଷରୁ ପୂର୍ବରୁ ଆନ୍ଦୋଳନ କରାଯାଇଥିଲା। ଏପରିକି ଅତୀତରେ ବିଦ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ରମାନେ ଧାରଣା ଦେଇଥିଲେ । ଏହି ସମସ୍ୟାକୁ ଦୃଷ୍ଟି ଦେଇ ଓଡ଼ିଶା ଅଭିଭାବକ ସଂଘର ପ୍ରତିନିଧି ଦଳ ଜିଲାପାଳଙ୍କୁ ଭେଟି ଆଲୋଚନା କରିଛନ୍ତି। ଜିଲାପାଳ ଖୁବ ଶୀଘ୍ର ନୂତନ ଗୃହକୁ ବିଦ୍ୟାଳୟ ସ୍ଥାନାନ୍ତରଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ବେଳେ ଆଗାମୀ ଶିକ୍ଷା ବର୍ଷରୁ ଏକାଦଶ ଶ୍ରେଣୀ ଖୋଲିବ ବୋଲି ଜଣାପଡ଼ିଛି। ନୟାଗଡ଼ ଅଭିଭାବକ ସଂଘ ପକ୍ଷରୁ ରାଜେନ୍ଦ୍ର ପାଣିଗ୍ରାହୀ, ପ୍ରଶାନ୍ତ କୁମାର ଦାଶ, ନିରଞ୍ଜନ ବିଶ୍ୱାଳ ଓଡ଼ିଶା ଅଭିଭାବକ ସଂଘ ପ୍ରତିନିଧି ଦଳ ସହ ଜିଲାପାଳଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା

ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍‌ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri