ରକ୍ତ ଅଭାବ ଦୂର ପାଇଁ ପୋଲିସ, ସ୍ବେଚ୍ଛାସେବୀ ଆୟୋଜନ କଲେ ଶିବିର

ସୋନପୁର, ୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଗତ ୨୪ତାରିଖ ମଧ୍ୟରାତ୍ରରୁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। ଜରୁରି କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଭଳି ସ୍ଥିତିରେ ସୁବର୍ଣ୍ଣପୁର ଜିଲାରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ ହୋଇ ପାରୁ ନ ଥିଲା। ଲୋକେ ମଧ୍ୟ ସ୍ବେଚ୍ଛାକୃତ ରକ୍ତଦାନ ପାଇଁ ଭୟରେ ବ୍ଲଡବ୍ୟାଙ୍କକୁ ଆସି ପାରୁ ନ ଥିଲେ। ବ୍ଲଡବ୍ୟାଙ୍କରେ ରକ୍ତ ଅଭାବକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ପୋଲିସ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନମାନେ ରକ୍ତଦାନ ଶିବିର ଆୟୋଜନ ପାଇଁ ଅଣ୍ଟା ଭିଡିଛନ୍ତି । ସୋମବାର ପଟାଭାଡିସ୍ଥିତ କୋସଲ ଉଚ୍ଚ ବିଦ୍ୟାଳୟ ଓ ପତଞ୍ଜଳୀ ଯୁବା ଭାରତ ସଂଗଠନର ମିଳିତ ଆୟୋଜନରେ ବିଦ୍ୟାଳୟ ପରିସରରେ ରକ୍ତଦାନ ଶିବିର ଅୟୋଜନ ହୋଇଥିଲା। ଏଥିରେ ମୋଟ ୨୦ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଛି। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଦିଲ୍ଳିପ କୁମାର ପଣ୍ଡା, ସାମାଜିକକର୍ମୀ ଶ୍ରୀବତ୍ସ ମଲ୍ଳିକ, ପିତାମ୍ବର ମହାପାତ୍ର, ପତଞ୍ଜଳି ଯୁବା ଭାରତର ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ମନୋଜ ପଣ୍ଡା, ସତ୍ୟବାନ ମିଶ୍ର, ଲକ୍ଷ୍ମଣ ପ୍ରଧାନ, ବିଦ୍ୟାଳୟର ସମ୍ପାଦକ ସଞ୍ଜୟ ସାହୁ, ଯୁବ ରେଡକ୍ରସର ଜିଲା ସଂଯୋଜକ ଅଧ୍ୟାପକ ଉମାକାନ୍ତ ନାଗ ଓ ରାମଭକ୍ତ ଷଡଙ୍ଗୀ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। କୋସଲ ଆବାସିକ ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ପରମାନନ୍ଦ ନାଏକ, ରଞ୍ଜନ ବୁଡେକ, ସତ୍ୟପ୍ରିୟ ବିଶି, ଯୋଗେଶ୍ୱର ଭୋଇ ପ୍ରମୁଖ ଶିବିର ଆୟୋଜନରେ ସହଯୋଗ କରିଥିଲେ। ବ୍ଲଡବ୍ୟାଙ୍କ ଅଧିକାରୀ ଡାକ୍ତର ଦୁର୍ଗାଦତ୍ତ ଦାସ, ସୁବାସ ଚନ୍ଦ୍ର ପଣ୍ଡା, ଜଗତ ଦରଓ୍ବାନ ଓ ଯାଜ୍ଞସେନୀ ଭୋଇ ରକ୍ତ ସଂଗ୍ରହ କରିଥିଲେ । ସେହିପରି ସୁବର୍ଣ୍ଣପୁର ଜିଲା ପୋଲିସ ପକ୍ଷରୁ ସୋମବାର ଟାଉନ ଥାନା ପରିସରରେ ଆୟୋଜିତ ଶିବିରର ଦ୍ୱିତୀୟ ଦିବସରେ ୨୫ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri