ନୂଆଦିଲ୍ଲୀ,୧୧-୬: କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ଇନ୍ଫ୍ରାଷ୍ଟ୍ରକ୍ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍(ଆଇଏଲ୍ଆଣ୍ଡଏଫ୍ଏସ୍)ର ନୂଆ ବୋର୍ଡ ଦେଶର ୯ ବଡ଼ ବ୍ୟାଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଦାଏର କରିବାକୁ ଯାଉଛି। ସେମାନେ ବୋର୍ଡର ବିନାନୁମତିରେ କମ୍ପାନୀ ଆକାଉଣ୍ଟରୁ ପ୍ରାୟ ୮୦୦ କୋଟି ଟଙ୍କା ଉଠାଇ ନେଇଛନ୍ତି। କମ୍ପାନୀ ଉପରେ ଏବେ ୯୧ ହଜାର କୋଟି ଟଙ୍କାର ଋଣଭାର ରହିଛି। ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ), ବ୍ୟାଙ୍କ ଅଫ୍ ବରୋଦା, ଏଚ୍ଡିଏଫ୍ସି ବ୍ୟାଙ୍କ, ୟେସ୍ ବ୍ୟାଙ୍କ, ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ଇଣ୍ଡିଆନ ବ୍ୟାଙ୍କ ଏବଂ ଇଣ୍ଡିଆନ ଓଭରସିଜ୍ ବ୍ୟାଙ୍କ ବିରୋଧରେ ବୋର୍ଡ ଉକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଉଛି। କମ୍ପାନୀ ସେମାନଙ୍କ ଠାରୁ ଉକ୍ତ ଅର୍ଥ ଫେରସ୍ତ ମାଗିପାରେ। ଆଇଏଲ୍ଆଣ୍ଡଏଫ୍ଏସ୍ ପକ୍ଷରୁ କୁହାଯାଇଛି ଯେ, ବ୍ୟାଙ୍କଗୁଡ଼ିକ ଏହାର ଏସ୍କ୍ରୋ ଆକାଉଣ୍ଟରୁ ଉକ୍ତ ଅର୍ଥ କାଢ଼ିଛନ୍ତି। ସୂଚନାଥାଉ କି, ବ୍ୟାଙ୍କଗୁଡ଼ିକ ଏବେ ଆଇଏଲ୍ଆଣ୍ଡଏଫ୍ଏସ୍ରୁ ପ୍ରାୟ ୫୧ ହଜାର କୋଟି ଟଙ୍କା ବକେୟା ଋଣ ବାବଦରେ ପାଇବେ। ବ୍ୟାଙ୍କଗୁଡ଼ିକ ଗତ ୬ ମାସ ମଧ୍ୟରେ ଏହି ଅର୍ଥ କାଢ଼ିଛନ୍ତି। ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ(ଏନ୍ସିଏଲ୍ଟି) ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶକୁ ବ୍ୟାଙ୍କଗୁଡ଼ିକ ଅବମାନନା କରିଛନ୍ତି ବୋଲି ବୋର୍ଡ ପକ୍ଷରୁ ଅଭିଯୋଗ କରାଯାଇଛି। କୌଣସି ପ୍ରକାର ବକେୟା ଋଣ ଆଦାୟ ନ କରିବାକୁ ଏନ୍ସିଏଲ୍ଟି ନିର୍ଦ୍ଦେଶ ଦେଇଥିଲେ।
କ୍ଷମା ମାଗିଲେ ଲଲିତ ମୋଦି
ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...
୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP
ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...
ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...
ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି
ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...
Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା
ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...
ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍ ଅଟକି ରହିବ ଆପଣଙ୍କ ଟଙ୍କା
ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...
ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ
ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...
୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?
ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...
Archives


