ରଥଯାତ୍ରା ସିଧା ପ୍ରସାରଣ ବିବାଦ: ହାଇକୋର୍ଟରେ ମାମଲା

କଟକ ଅଫିସ, ୧୧।୬: ରଥଯାତ୍ରା ସିଧା ପ୍ରସାରଣକୁ ନେଇ ଉପୁଜିଥିବା ବିବାଦ ହାଇକୋର୍ଟରେ ପହଞ୍ଚତ୍ଛି। ପୁରୀ ତିଆଡ଼ିସାହିର ପ୍ରସନ୍ନ କୁମାର ଦାସଙ୍କ ପକ୍ଷରୁ ସୋମବାର ଏ ନେଇ ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ଆବେଦନକାରୀ ଦାସ ପିଟିଶନରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପୁରୀ ଜିଲାପାଳଙ୍କୁ ପକ୍ଷଭୁକ୍ତ କରିଛନ୍ତି। ସରକାର ସିଧା ପ୍ରସାରଣକୁ ନେଇ ପ୍ରକାଶ କରିଥିବା ବିଜ୍ଞପ୍ତିକୁ ରଦ୍ଦ କରିବା ପାଇଁ ଆବେଦନକାରୀ କୋର୍ଟଙ୍କୁ ନିବେଦନ କରିଛନ୍ତି। ସୂଚନାଥାଉ କି, ଚଳିତବର୍ଷ ପୁରୀ ରଥଯାତ୍ରାର ସିଧା ପ୍ରସାରଣ ସମସ୍ତ ବୈଦ୍ୟୁତିକ ଗଣମାଧ୍ୟମରେ ହୋଇପାରିବ ନାହିଁ ବୋଲି ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏଥିନିମନ୍ତେ ଯେଉଁମାନେ ଟେଣ୍ଡର ପ୍ରକ୍ରିୟାରେ ଯୋଗ୍ୟ ବିବେଚିତ ହେବେ, ସେମାନଙ୍କୁ ଏହି ପ୍ରସାରଣ ଅଧିକାର ଦିଆଯିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ସରକାରଙ୍କ ଏଭଳି ନିଷ୍ପତ୍ତି ଶ୍ରୀମନ୍ଦିର ଆଇନର ପରିପନ୍ଥୀ ବୋଲି ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି। ପୁରୀ ରଥଯାତ୍ରା ବିଶ୍ୱପ୍ରସିଦ୍ଧ। ବିଶ୍ୱର କୋଣଅନୁକୋଣର ଲୋକେ ଏହାକୁ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ଦେଖିବାର ସୁଯୋଗ ପାଇଥାନ୍ତି। ଏପରି କି ୱେବ୍‌ ପୋର୍ଟାଲ ମାଧ୍ୟମରେ ମଧ୍ୟ ରଥଯାତ୍ରାକୁ ଲୋକେ ଅତି ସହଜରେ ଦେଖିପାରିଥାନ୍ତି। ମାତ୍ର ସରକାର ମନମୁଖି ଭାବେ ଏଭଳି ନିଷ୍ପତ୍ତି ନେଇଛନ୍ତି, ଯାହା କେବଳ ଶ୍ରୀମନ୍ଦିର ଆଇନ ନୁହେଁ ବରଂ ସମ୍ବିଧାନର ଧାରା ୨୫କୁ ବିରୋଧ କରୁଛି। ତେଣୁ ସରକାରଙ୍କ ଏଭଳି ବିଜ୍ଞପ୍ତିକୁ ରଦ୍ଦ କରାଯିବା ସହିତ ପୂର୍ବଭଳି ସମସ୍ତ ବୈଦ୍ୟୁତିକ ଗଣମାଧ୍ୟମକୁ ଏହାର ପ୍ରସାରଣ ପାଇଁ ସୁଯୋଗ ଦେବାକୁ ଆବେଦନକାରୀ କୋର୍ଟଙ୍କୁ ନିବେଦନ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଡଭୋକେଟ ଦିଲୀପ କୁମାର ମହାପାତ୍ର, ଅରୁଣ କୁମାର ସାହୁ ଓ ଶିବ ନାରାୟଣ ପଣ୍ଡା ମାମଲା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri