Posted inଖେଳ

ଶ୍ୱାସ ଉପକରଣ ପ୍ରସ୍ତୁତ କରିବ ମର୍ସିଡିଜ୍‌ ଟିମ୍‌

ଲଣ୍ଡନ, ୮ା୪ (ଏଏଫ୍‌ପି)- କରୋନା ଭାଇରସ୍‌ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ସାମିଲ ହୋଇଛି ଫର୍ମୁଲାଓ୍ବାନ ଟିମ୍‌ ମର୍ସିଡିଜ୍‌। ଆସନ୍ତା ସପ୍ତାହରୁ ବ୍ରିଟେନର ଜାତୀୟ ସ୍ବାସ୍ଥ୍ୟ ସେବା ପାଇଁ ଶ୍ୱାସ ଉପକରଣ ଯୋଗାଇ ଦେବ। ଏହି ଉପକରଣଟିକୁ ଦି କଣ୍ଟିନ୍ୟୁଅସ୍‌ ପଜିଟିଭ ଏୟାରଓ୍ବେ ପ୍ରେସର (ସିପିିଏପି) ଡିଭାଇସ୍‌ କୁହାଯାଉଛି। ଫୁସ୍‌ଫୁସ୍‌ ସଂକ୍ରମଣ ଥିବା କରୋନା ଭାଇରସ ରୋଗୀଙ୍କ ଶ୍ୱାସ ପ୍ରକ୍ରିୟାକୁ ସହଜ କରିଥାଏ। ଏକ ସପ୍ତାହରୁ କମ୍‌ ସମୟ ମଧ୍ୟରେ ଏହା ପ୍ରସ୍ତୁତ ହୋଇ ପାରିଛି। ଲଣ୍ଡନରେ ରୋଗୀଙ୍କ କ୍ଷେତ୍ରରେ ଏହାର ବ୍ୟବହାର ଫଳପ୍ରଦ ହୋଇଛି। ବ୍ରିଟିଶ ସରକାର ଇତିମଧ୍ୟରେ ୧୦,୦୦୦ ଡିଭାଇସ୍‌ ପାଇଁ ଅର୍ଡର କରିଛନ୍ତି। ନର୍ଥହାମ୍ପଟନଶାୟାର ଅନ୍ତର୍ଗତ ବ୍ରିକ୍ସଓ୍ବର୍ଥସ୍ଥିତ ମର୍ସିଡିଜ୍‌ ଏଏମ୍‌ଜି ହାଇ ପରଫର୍ମାନ୍ସ ପାଓ୍ବାରଟ୍ରେନ୍ସ ଟେକ୍ନୋଲୋଜି ସେଣ୍ଟରଠାରେ ଦୈନିକ ୧,୦୦୦ ଡିଭାଇସ୍‌ ଉତ୍ପାଦିତ ହେଉଛି। ସେଣ୍ଟରର ପରିଚାଳନା ନିର୍ଦ୍ଦେଶକ ଆଣ୍ଡି କୋଓ୍ବେଲ ଏହି ସୂଚନା ଦେଇଛନ୍ତି। ଡିଭାଇସ୍‌ ଉତ୍ପାଦନ ପାଇଁ ଫର୍ମୁଲାଓ୍ବାନ ପିଷ୍ଟନ ଏବଂ ଟର୍ବୋଚାର୍ଜ ତିଆରି ଲାଗି ବ୍ୟବହାର କରାଯାଉଥିବା ୪୦ଟି ମେଶିନ୍‌କୁ ବିକଶିତ କରାଯାଇଛି। ୟୁନିଭର୍ସିଟି କଲେଜ ଲଣ୍ଡନ ସହିତ ଏକ ପାର୍ଟନରଶିପ୍‌ ଜରିଆରେ ମର୍ସିଡିଜ୍‌ର ଇଞ୍ଜିନିୟରମାନେ ଏହା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri