ରାଶନକାର୍ଡଧାରୀଙ୍କୁ ଅର୍ଥ ବାଣ୍ଟିଲେ ମନ୍ତ୍ରୀ

ଖଇରା,୮।୪(ଡି.ଏନ୍‌.ଏ.)- ଖାଉଟି ସୁରକ୍ଷା ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କ ପାଇଁ ସରକାର ଅଗ୍ରୀମ ୩ମାସର ରାଶନ ସାମଗ୍ରୀ ସହିତ ଅତିରିକ୍ତ ୧ହଜାର ଟଙ୍କା ଲେଖାଏଁ ଅର୍ଥ ବ୍ୟବସ୍ଥା କରିଛନ୍ତି। ମଙ୍ଗଳବାର ଖଇରା ବ୍ଲକରେ ହିତାଧିକାରୀମାନଙ୍କୁ ଏହି ଅର୍ଥ ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କୁରୁଣ୍ଟା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ହିତାଧିକାରୀମାନଙ୍କୁ ୧ହଜାର ଟଙ୍କା ଲେଖାଏଁ ଅର୍ଥ ପ୍ରଦାନ କରିଥିଲେ। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ବ୍ଲକ ଯୋଗାଣ ବିଭାଗ ଅଧିକାରୀ ନିରଞ୍ଜନ ସାହୁ, ସରପଞ୍ଚ ଦମୟନ୍ତୀ ପଣ୍ଡା, ଗ୍ରାମ ରୋଜଗାର ସେବକ ପ୍ରକାଶ ବେହେରା, ଡିଲର ରାଜେନ୍ଦ୍ର ପ୍ରସାଦ ନାୟକ, ମୁକୁନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପରେ ମନ୍ତ୍ରୀ ଶ୍ୟାମସୁନ୍ଦରପୁର ଓ ଖଇରା ପଞ୍ଚାୟତରେ ଏହି ଅର୍ଥ ହିତାଧିକାରୀମାନଙ୍କୁ ବଣ୍ଟନ କରିଥିଲେ ା ସ୍ଥାନୀୟ ଲୋକପ୍ରତିନିଧି ମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri