Posted inRasifala

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ
ଚନ୍ଦ୍ର ସମେତ ଶୁକ୍ର ଓ ଶନି ଅନୁକୂଳ ପରିବେଶରେ ଥିବାରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇବେ ।  କୃତ୍ତିକା ନକ୍ଷତ୍ର ବହୁ ପ୍ରତୀକ୍ଷିତ ଖବରଟି ପାଇ ଖୁସୀ ହୋଇଯାଇପାରନ୍ତି ।  ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ଆଶଙ୍କା ରହିଛି ।
ବୃଷ
ବୃଷ
ଚନ୍ଦ୍ରଙ୍କ ସ୍ଥିତି ଭାଇ,ଭଉଣୀ,ପାଖ,ପଡୋଶୀ କିମ୍ବା ସହକର୍ମୀଙ୍କ ପ୍ରତି ସୁସମ୍ପର୍କ ହ୍ରାସ କରିପାରେ ।  ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ ।  ଦୈନନ୍ଦିନର କାର୍ଯ୍ୟରେ ଯେତେଦୂର ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି ।
ମିଥୁନ
ମିଥୁନ
ଆଜିର ଚନ୍ଦ୍ର ଆପଣଙ୍କୁ ପାରିବାରିକ ଭୋଗବିଳାସ ସହ କର୍ମଦକ୍ଷତା ହେତୁ ସାମାଜିକ ସମ୍ମାନ ବୃଦ୍ଧି କରିବ ।  ନୂତନ କାର୍ଯ୍ୟାରମ୍ଭ ପାଇଁ ଅନୁକୂଳ ପରିସ୍ଥିତିକୁ ଅପେକ୍ଷା କରି ବିରକ୍ତି ପ୍ରକାଶ କରିପାରନ୍ତି ।  ସ୍ବାସ୍ଥ୍ୟ ନିୟନ୍ତ୍ରିତ ରହିଲେ ମଧ୍ୟ ରାହୁ ଦୃଷ୍ଟ ଚନ୍ଦ୍ର ମନରେ ଅଯଥା ଭୟ ଓ ଆଶଙ୍କା ସୃଷ୍ଟି କରିପାରେ ।
କର୍କଟ
କର୍କଟ
କର୍ମସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ଯୋଗୁଁ ସ୍ଥଗିତ କାମକୁ ଆରମ୍ଭ କରିବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ ।  ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହ ଯୋଗର ହାତ ବଢାଇବେ ।  ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।  ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ଅନ୍ୟଥା ବିପଦରେ ପଡିପାରନ୍ତି ।
ସି˚ହ
ସି˚ହ
କେତୁଙ୍କ ସ୍ଥିତି କାରଣରୁ କୌଣସି କ୍ଷେତ୍ରକୁ ନ ଡାକିଲେ ଯାଆନ୍ତୁ ନାହିଁ ଏବଂ ନ ପଚାରିଲେ କିଛି କହିବା ମଧ୍ୟ ଠିକ୍‌ ହେବ ନାହିଁ ।  ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ଚେଷ୍ଟା କରୁଥିବା କାମ,ଅର୍ଥ ସମ୍ପର୍କ ପ୍ରଭୃତି ପ୍ରତ୍ୟେକ ଦିଗରୁ ଶୁଭଫଳ ପାଇବେ ।  କଥା କହୁ ନ ଥିବା ବନ୍ଧୁଙ୍କ ସହ ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ ।
କନ୍ୟା
ଶୁକ୍ର ଓ ଚନ୍ଦ୍ର ଷଡାଷ୍ଟକ ସ୍ଥିତିରେ ଥିବାରୁ ଅନ୍ୟ ମାନଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନେ ତାହାକୁ ସହଜରେ ଗ୍ରହଣ କରିପାରିବେ ନାହିଁ ।  ଅସାବଧାନତା କାରଣରୁ ଆଘାତ ପ୍ରାପ୍ତି କିମ୍ବା ଧନହାନିର ସମ୍ଭାବନା ରହିଛି ।  ଆଜି ପରିସ୍ଥିତିବଶତଃ ବାସ୍ତବରେ ଓଲଟା ହେବାରୁ ଚିନ୍ତା ପ୍ରକଟ କରିବେ ।
ତୁଳା
ତୁଳା
ଚନ୍ଦ୍ର ପାପଗ୍ରହ ଦୃଷ୍ଟିରେ ଥିବାରୁ ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଖର୍ଚ୍ଚାନ୍ତ ହେଲେ ମଧ୍ୟ ଶେଷ କରିପାରିବେନି ।  ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ,ନତୁବା ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି ।  କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିପାରନ୍ତି ।
ବିଛା
ବିଛା
ରାହୁ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁଁ ଅତୀତ ସ୍ମୃତି ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରି ମାନସିକ ସ୍ଥିତିକୁ ଚିନ୍ତିତ କରାଇପାରେ ।  କାଳେ ସାହାଯ୍ୟ କରିବାକୁ ବନ୍ଧୁ କହିପାରନ୍ତି,ଏହି କଥା ମନରେ ଚିନ୍ତାକରି ନିକଟ ସମ୍ପର୍କୀୟମାନେ ମଧ୍ୟ ଆଜି ପାଖ ମାଡିବେ ନାହିଁ ।  କିନ୍ତୁ ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ, ଯାହା କି କାମକୁ ଆସିବ ।
ଧନୁ
ଧନୁ
ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ ।  ଚତୁର୍ଥସ୍ଥ ରବି ଓ ବୁଧଙ୍କ ଯୋଗୁଁ ପୂର୍ବରୁ ପରିକଳ୍ପିତ ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ।  ନିର୍ମାଣ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚାପର ସମ୍ମୁଖୀନ ହୋଇପାରନ୍ତି ।
ମକର
ମକର
କର୍ମାଧିପ କୋଣଭାବସ୍ଥ ଯୋଗୁଁ ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ ।  କେତେକ କ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବ କିନ୍ତୁ ଉତ୍ତରାଷାଢା ନକ୍ଷତ୍ର ନିଜ ଦୋଷରୁ ତାହା ହରାଇପାରନ୍ତି ।  ମନ ବୁଝିଲାଭଳି କଥା କହି ପାଖ,ପଡୋଶୀମାନେ ନିଜର କାର୍ଯ୍ୟ ହାସଲ କରିନେବେ ।
କୁମ୍ଭ
କୁମ୍ଭ
ଦ୍ୱାଦଶଭାବରେ କର୍ମାଧିପ ଥିବାରୁ କର୍ମକ୍ଷେତ୍ରରେ ଅସଫଳ ହେବାକୁ ନେଇ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ ।  ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ।  ସାମାନ୍ୟ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ଅତିବାହିତ ହେବ ।
ମୀନମୀନ
ନୀଚାଂଶରେ ଦେବଗୁରୁ ରହିଥିବାରୁ କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡିପାରେ ।  ଆଗାମୀ ମାଙ୍ଗଳିକ ଉସତ୍ବ କିମ୍ବା ଆନୁଷ୍ଠାନିକ କାମରେ ଗୁରୁ ଦାୟିତ୍ୱ ବହନ କରି ପ୍ରସ୍ତୁତିପଥେ କର୍ମମୁଖର ରହିପାରନ୍ତି ।  ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri