କରୋନା ଆତଙ୍କ: ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କ ଯୋଗୁ ସଂକ୍ରମଣ ହେଉଛି ଅଧିକ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ତେବେ ସଂକ୍ରମଣ କ୍ଷେତ୍ରରେ ଲକ୍ଷଣ ପ୍ରକାଶ ପାଉ ନ ଥିବା ବ୍ୟକ୍ତି ଅର୍ଥାତ୍‌ ଫଲ୍ସ୍‌ ନେଗେଟିଭ୍‌ ଆତଙ୍କ ସୃଷ୍ଟି କରିଛନ୍ତି। ସାରା ପୃଥିବୀରେ ଏଭଳି ଲୋକଙ୍କ ସଂଖ୍ୟା ୩୦ ପ୍ରତିଶତ ରହିଛି। ଏହାର ନିରାକରଣ ପାଇଁ ଘରଘର ବୁଲି ନମୁନା ସଂଗ୍ରହ ଏକମାତ୍ର ବିକଳ୍ପ ବୋଲି କୁହାଯାଉଛି। ଭାରତର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ ଏଭଳି ବ୍ୟକ୍ତିଙ୍କ ଚିହ୍ନଟ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହା ସହିତ ସେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟକର୍ମୀଙ୍କ ମଧ୍ୟରେ ସଂକ୍ରମଣ ଆଶଙ୍କା ନେଇ ଚିନ୍ତା ପ୍ରକଟ କରିଛନ୍ତି। ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କୁ ରାଜସ୍ଥାନର ଭୀଲଓ୍ବାଡ଼ା ମଡେଲରେ ଅନୁସାରେ ଚିହ୍ନଟ କରିବା ସମ୍ଭବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri