ଗଞ୍ଜାମର ସମସ୍ତ ପ୍ରବେଶ ପଥରେ ଲାଗିବ ସିସି କ୍ୟାମେରା, ମୁତୟନ ହେବେ ମାଜିଷ୍ଟ୍ରେଟ

ଛତ୍ରପୁର,୧୦ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ପ୍ରବେଶ ପଥରେ ସିସି କ୍ୟାମେରା ଲାଗିବ ଓ ମାଜିଷ୍ଟ୍ରେଟ ମୁତୟନ ହେବେ। ସମସ୍ତ ଯାନ ବାହାନ ଯାଞ୍ଚ କରାଯିବ। ମାଲବାହୀ ଗାଡିର ଚାଳକ ଓ ହେଲ୍‌ପର ପରିଚୟପତ୍ର ଦେଖାଇଲେ ଜିଲା ଭିତରକୁ ଛଡାଯିବ। ସେଥିରେ ଯାତ୍ରୀ ପରିବହନ କଲେ ଚାଳକକୁ ଗିରଫ ସହ ଗାଡି ଜବତ କରାଯିବ। କୌଣସି କର୍ମଚାରୀ ମୁଖ୍ୟାଳୟ ଛାଡି ପାରିବେ ନାହିଁ। ଆବଶ୍ୟକବେଳେ କାମ ନ କଲେ ମହାମାରୀ ଆଇନରେ ସେମାନଙ୍କୁ ଗିରଫ କରାଯିବ। ସବୁ ଦୋକାନୀ ‘ମାସ୍କ ନାହିଁ ତ ସଉଦା ନାହିଁ’ ଫଳକ ଲଗାଇବେ। ମାସ୍କ ନ ଲଗାଇଥିବା ବ୍ୟକ୍ତିଙ୍କଠାରୁ ଗୁରୁବାର ୧ଲକ୍ଷ ୧୭ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସେମାନଙ୍କଠାରୁ ୨ଶହରୁ ଅଧିକ ଟଙ୍କା ଜରିମାନା ଆଦାୟ କରାଯାଇପାରିବ ନାହିଁ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।
ବୈଠକରେ ଡ଼ିଆର୍‌ଡିଏ ପିଡି ଇ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏଡିଏମ କବୀନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ, ବ୍ରହ୍ମପୁର ଉପ ଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଛତ୍ରପୁର ଉପ ଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri