ଲକ୍‌ଡାଉନ୍‌ ବଢ଼ାଇଛି ଦାଦନ ପରିବାରର ଦୁଃଖ: କ୍ଷୀର ବଦଳରେ ଚିନି ପାଣି ପିଇ ଶିଶୁପୁତ୍ର ଅସୁସ୍ଥ, ସ୍ବେଚ୍ଛାସେବୀଙ୍କ ପ୍ରଚେଷ୍ଟା ପରେ ମାଗଣାରେ ଚିକିତ୍ସା କଲେ ଡାକ୍ତର

ବରଗଡ଼ ଅଫିସ୍‌,୧୦।୪: ଲକ୍‌ ଡାଉନ୍‌ ପରେ ଦାଦନ ଶ୍ରମିକଙ୍କ ସମସ୍ୟା ବଢ଼ି ଯାଇଛି । ସେମାନଙ୍କ ସାଙ୍ଗରେ ରହିଥିବା ପିଲାଛୁଆଙ୍କ ଅବସ୍ଥା ଆହୁରି ବିପନ୍ନ ହୋଇ ପଡ଼ିଛି । ଛତିଶଗଡ଼ରୁ ବରଗଡ଼କୁ ଦାଦନ ଖଟିବା ପାଇଁ ଆସିଥିବା ଜଣେ ମହିଳା ଶ୍ରମିକ ରଜନୀ ପଟେଲଙ୍କ ଏକବର୍ଷର ପୁଅ ସୌର୍ଯ୍ୟ ଅସୁସ୍ଥ ହୋଇ ପଡ଼ିଥିଲେ। ମା’ କ୍ଷୀର ହେଉ ନ ଥିବା ଯୋଗୁ ରଜନୀ ତାଙ୍କୁ ଚିନି ପାଣି ପିଆଉଥିଲେ। ତେବେ ଶୁକ୍ରବାର ଶିଶୁର ଅବସ୍ଥା ଗୁରୁତର ହୋଇ ପଡ଼ିଥିଲା । ଶ୍ରମିକମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇବା ପାଇଁ ଯାଇଥିବାବେଳେ ତାହା ସ୍ବେଚ୍ଛାସେବୀ ବିକାଶ ଅଗ୍ରୱାଲ ଏବଂ ଆଲୋକ ପ୍ରଧାନଙ୍କ ଦୃଷ୍ଟିରେ ପଡ଼ିଥିଲା । ଏହାପରେ ଉଭୟ ସ୍ବେଚ୍ଛାସେବୀ ଅସୁସ୍ଥ ଶିଶୁକୁ ତା ମା’ଙ୍କ ସହିତ ବରଗଡ଼ର ମହିଳା ଡାକ୍ତର ସୁସ୍ମିତା ଦାଶଙ୍କ ପାଖକୁ ଆଣିଥିଲେ । ଡା. ଦାଶ ମାଗଣାରେ ଚିକିତ୍ସା କରିବା ସହିତ ଶିଶୁକୁ ଔଷଧ ଆଦି ପ୍ରଦାନ କରିଥିଲେ । ଏହା ସହିତ ଶିଶୁର ମାଙ୍କୁ ମଧ୍ୟ ସହାୟତା ପ୍ରଦାନ କରିବା ସହ ୩ ଦିନ ପରେ ପୁଣି ସ୍ବାସ୍ଥ୍ୟ ପରୀକ୍ଷା କରିବା ପାଇଁ ତାଙ୍କ ପାଖକୁ ଆଣିବା ପାଇଁ କହିଥିଲେ। ଅସୁସ୍ଥ ଶିଶୁ ପ୍ରତି ସ୍ବେଚ୍ଛାସେବୀଙ୍କ ଏଭଳି ସହଯୋଗ ଏବଂ ଡା. ଦାଶଙ୍କ ବଦାନ୍ୟତାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri