ଲକ୍‌ଡାଉନ ସମୟରେ ଜନ୍ମଦିନ ପାଳି ଅଡୁଆରେ ଭାଜପା ବିଧାୟକ

ବେଙ୍ଗାଲୁରୁ,୧୧।୪: କର୍ନାଟକ ତୁରୁଭେକେରେର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଏମ୍‌. ଜୟନାରାୟଣ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଜନ୍ମଦିନ ପାଳି ବିବାଦ ଘେରକୁ ଚାଲି ଆସିଛନ୍ତି। ଶୁକ୍ରବାର ସେ ତାଙ୍କ ଜନ୍ମଦିନ ପାଳିଥିବା ବେଳେ କୋଭିଡ-୧୯କୁ ନେଇ ଜାରି କରାଯାଇଥିବା ନିୟମକୁ ଯେମିତି ବେଖାତିର କରିଛନ୍ତି ବୋଲି କୁହାଯାଉଛି। ଶୁକ୍ରବାର ଅର୍ଥାତ୍‌ ଏପ୍ରିଲ ୧୦ରେ ସେ ତାଙ୍କ ପରିବାର ସଦସ୍ୟ ଓ କେତେଜଣ ଦଳୀୟ କର୍ମୀଙ୍କୁ ନେଇ ଘରେ ଜନ୍ମଦିନ ପାଳନ କରିଥିଲେ। ଏହି ସମୟରେ ସେ କେକ୍‌ କାଟିବା ଓ ଏକ ବିରିୟାନି ଭୋଜିର ମଧ୍ୟ ଆୟୋଜନ କରିଥିବା କୁହାଯାଉଛି। ଏବେ କରୋନା ଭାଇରସ ସଂକ୍ରମଣକୁ ନେଇ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ବିଧାୟକଙ୍କ ଏଭଳି ଆଚରଣ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ କଂଗ୍ରେସର ବରିଷ୍ଠ ନେତା ଡି. କେ. ଶିବକୁମାର କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଭାଜପା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ଆଉ କେତେଜଣ ରାଜନେତା ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ ମଧ୍ୟ କରିଛନ୍ତି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଶହ ଅତିକ୍ରମ କରିଥିବା ବେଳେ ଏକଥା କେମିତି ଭାଜପା ବିଧାୟକ ବୁଝି ପାରୁ ନାହାନ୍ତି ତାକୁ ନେଇ ଏବେ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri