ଝାରସୁଗୁଡାରେ କୋଭିଡ-୧୯ ହସ୍ପିଟାଲ ପାଇଁ ଏମ୍‌ଓୟୁ ସ୍ବାକ୍ଷରିତ

ଝାରସୁଗୁଡା ଅଫିସ,୧୩ା୪: ଝାରସୁଗୁଡା ସହରରେ କୋଭିଡ-୧୯ ହସ୍ପିଟାଲ ପ୍ରତିଷ୍ଠା କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ସହରର ମଙ୍ଗଲ ବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚକିିତ୍ସାଳୟ କୋଠାରେ ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଜିଲା ଖଣିଜ ପାଣ୍ଠି ବିନିଯୋଗ କରାଯାଉଥିବା ବେଳେ ଭୁବନେଶ୍ୱର ହାଇଟେକ ମେଡିକାଲ କଲେଜ ସହଯୋଗ କରୁଛି। ଏଥିସହ ଝାରସୁଗୁଡାସ୍ଥିତ ବେଦାନ୍ତ ସହଯୋଗ କରୁଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ଏହି ହସ୍ପିଟାଲ କାର୍ଯ୍ୟକ୍ଷମ କରାଯିବା ନେଇ ଲକ୍ଷ ଧାର୍ଯ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥିତ ଡିଏମଏଫ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଜିଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ଓ ହାଇଟେକ ମେଡିକାଲ କଲେଜ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇଛି। ଏହି ଚିକିତ୍ସାଳୟରେ ୧୧୦ ଶଯ୍ୟା ବ୍ୟବସ୍ଥା କରାଯାଇଛି। ଯେଉଁଥିରେ ୧୦ଟି ଶଯ୍ୟା ଆଇସିୟୁରେ ଅନ୍ତର୍ଭୁକ୍ତ।  ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ ଭାବେ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇଥିବା ଜିଲାପାଳ ସରୋଜ କୁମାର ସାମଲ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପିଡି ଡିଆରଡିଏ ତପିରାମ ମାଝୀ, ସିଡିଏମଓ ଡା.ଜଗଦୀଶ ଚନ୍ଦ୍ର ବାରିକ, ହାଇଟେକ ମେଡିକାଲ କଲେଜର ଜ୍ୟୋତିର୍ମୟ ପଣ୍ଡା ପ୍ରମୁଖଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri