ଆମେରିକାରୁ ଆସିଲା ଖୁସି ଖବର: କରୋନା ସଂକ୍ରମଣରେ ଫୁସ୍‌ଫୁସ୍‌କୁ ସୁରକ୍ଷିତ ରଖିବ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ !

ନ୍ୟୁୟର୍କ,୧୫।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଔଷଧ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଦିନରାତି ଏନେଇ ଉଦ୍ୟମ ଅବ୍ୟାହତ ରହିଛି। ତେବେ ଆମେରିକାରୁ ଖୁସି ଖବର ମିଳିଛି। ଆମେରିକା ନ୍ୟୁୟର୍କରେ ବୈଜ୍ଞାନିକମାନେ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ ପ୍ରସ୍ତୁତ କରିଛନ୍ତି। ଏହା କରୋନା ସଂକ୍ରମଣରେ ଫୁସ୍‌ଫୁସ୍‌କୁ ସୁରକ୍ଷିତ ରଖିବାକୁ ସକ୍ଷମ ହେବ ବୋଲି କୁହାଯାଉଛି। ଶରୀରରେ କରୋନା ଭୂତାଣୁ ନିଜର ଜେନେଟିକ୍‌ ପ୍ରସ୍ତୁତିରେ ବ୍ୟବହାର କରୁଥିବା ଏନ୍‌ଜାଇମ୍‌କୁ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ ପ୍ରତିରୋଧ କରିଥାଏ। ଫଳରେ କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଶରୀର କ୍ଷତିଗ୍ରସ୍ତ ହୋଇ ନ ଥାଏ। ଏହି ଔଷଧର ପରୀକ୍ଷଣ ମନୁଷ୍ୟ ଉପରେ କରିବା ପାଇଁ ଆମେରିକାର ଫୁଡ୍‌ ଆଣ୍ଡ୍‌ ଡ୍ରଗ୍ସ୍‌ ଆଡ଼ମିନିଷ୍ଟ୍ରେଶନ ପକ୍ଷରୁ ଅନୁମତି ଦିଆଯାଇଛି। ଏହା ସଫଳ ହେଲେ ପରବର୍ତ୍ତୀ ସମୟରେ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌କୁ ଲୋକଙ୍କୁ ଦିଆଯିବ ବୋଲି ଇମୋରି ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ସବୁଠାରୁ ବଡ଼ ନ୍ୟୁଜ ନେଟୱାର୍କ, CNN ର ଭବିଷ୍ୟତ କ’ଣ ହେବ? ଟ୍ରମ୍ପଙ୍କ ଚାପ ପରେ ଉଠିଲାଣି ପ୍ରଶ୍ନ

ଓ୍ବାଶିଂଟନ,୧୮।୧୨: CNN ଏକ ଅନିଶ୍ଚିତ ଭବିଷ୍ୟତର ସମ୍ମୁଖୀନ ହେଉଛି, ଏହାର ମୂଳ କମ୍ପାନୀ, ୱାର୍ନର ବ୍ରଦର୍ସ ଡିସ୍କଭରୀ (WBD), ଏକ ସମ୍ଭାବ୍ୟ ଅଧିଗ୍ରହଣର ସମ୍ମୁଖୀନ ହେଉଛି।...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ଭାରତୀୟ ରେଲଓ୍ବେର ନୂଆ ରେକର୍ଡ, ଯାହା ବ୍ରିଟେନ-ଋଷ କରିପାରିନଥିଲେ…

ନୂଆଦିଲ୍ଲୀ,୧୮।୧୨: ଦେଶର ଜୀବନରେଖା ଭାବେ ବିବେଚିତ ଭାରତୀୟ ରେଳବାଇ ଏକ ମାଇଲଖୁଣ୍ଟ ହାସଲ କରିଛି । ଯାହା ବିଶ୍ୱର ପ୍ରମୁଖ ରେଳ ଶକ୍ତିଗୁଡ଼ିକୁ ମଧ୍ୟ ପଛରେ...

ଦୁଇ ବିଶାଳ ହାତୀଙ୍କ ଭୟଙ୍କର ଲଢ଼େଇ: ବଦଳିଗଲା ଜଙ୍ଗଲ, ଚାରିଆଡ଼ ହେଲା ଧୂଳିମୟ, ଭିଡିଓ ଦେଖିଲେ…

ଜଙ୍ଗଲ ଦୁନିଆ ଯେତିକି ରୋମାଞ୍ଚକର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ଅନେକ ସମୟରେ ଏଠାରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥାଏ, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ ଏବଂ...

ଅତିରଞ୍ଜିତ କରି ଏମିତି କଥା କହିଲେ ଟ୍ରମ୍ପ, ମୁଣ୍ଡରେ ହାତ ଦେଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ବୟାନ ପାଇଁ ଚର୍ଚ୍ଚାରେ ଅଛନ୍ତି। ଦେଶକୁ ସମ୍ବୋଧିତ କରି ସେ କହିଛନ୍ତି, ତାଙ୍କର ନିଷ୍ପତ୍ତି ଏବଂ...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri