ବ୍ୟଙ୍ଗ ଚିତ୍ରରେ କରୋନା ମୁକ୍ତି ଚିନ୍ତା

ବିଜେପୁର,୧୫।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଭିଙ୍କ ମୁହଁରୁ ହସ ଛଡାଇ ନେଇଛି। ବର୍ତ୍ତମାନ ସୁଦ୍ଧା ଏହାର ଫଳପ୍ରଦ ଔଷଧ ବାହାରି ନାହିଁ। ଏଣୁ ବ୍ୟକ୍ତିଗତ ସଚେତନତା ହିଁ ଏହାକୁ ପ୍ରତିରୋଧ କରିପାରିବ। ଅପରପକ୍ଷେ ସଂକ୍ରମଣ ଆଶଙ୍କାକୁ ଦେଖି ସରକାର ଲକ୍‌ଡାଉନ କଟକଣା ଅବଧିକୁ ବଢାଇ ଦେଇଛନ୍ତି। ଘରେ ରହି ଲୋକେ ଏହି ସଂକ୍ରମଣରୁ ମୁକ୍ତି ପାଇଁ ଠାକୁରଙ୍କୁ ପ୍ରାର୍ଥନା କରୁଛନ୍ତି। ଏହିକ୍ରମରେ ବରଗଡ଼ ଜିଲା ବିଜେପୁରର ଜଣେ ଚିତ୍ରଶିଳ୍ପୀ ନିଆରା ଢଙ୍ଗରେ ବ୍ୟଙ୍ଗ ଚିତ୍ରରେ କରୋନା ମୁକ୍ତି ପାଇଁ ଠାକୁରଙ୍କୁ ନିବେଦନ କରିବା ଏଠି ଚର୍ଚ୍ଚାର ବିଷୟ ହୋଇଛି। ସେ ହେଲେ କେଉଁଟିପାଲିର ବିଜୟ ବେଶ୍ରା। ଭାରତ ବର୍ଷରେ ପୁରାଣ ମତାନୁଯାୟୀ ଗଜାନନ ହେଉଛନ୍ତି ଅଗ୍ରପୂଜ୍ୟ। ପୁଣି ସେ ବିଘ୍ନ ବିନାଶ କରନ୍ତି ବୋଲି ତାଙ୍କୁ ବିଘ୍ନ ବିନାଶନ ଭାବେ ପୂଜାର୍ଚ୍ଚନା କରାଯାଏ। ତେଣୁ ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ତାଙ୍କର ପୂଜା ଆରାଧନା କଲେ ଏହି ସଂକଟରୁ ମୁକ୍ତି ପାଇବା ବୋଲି ଚିତ୍ର ମାଧ୍ୟମରେ ନିଜର ଚିନ୍ତାଧାରାକୁ ବ୍ୟକ୍ତ କରିଥିବା ସେ ତାଙ୍କର ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri