କଙ୍କାଳ ବେଶରେ କରୋନା ସଚେତନତା

ପାଲଲହଡ଼ା, ୧୫ା୪(ଡି.ଏନ.ଏ.)- ମହାମାରୀ କରୋନା ସଂକ୍ରମଣରୁ ବଞ୍ଚିବା ପାଇଁ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର ପ୍ରଧାନ। କଙ୍କାଳ ପୋଷାକ ପିନ୍ଧି କରୋନା ରୋଗ କେତେ ଭୟଙ୍କର ସେ ନେଇ ଲୋକଙ୍କ ନିକଟରେ ସେ ବାର୍ତ୍ତା ପହଞ୍ଚାଉଛନ୍ତି । ଏଥିରୁ ବର୍ତ୍ତିବା ପାଇଁ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ ମଧ୍ୟ ସେ ଲୋକଙ୍କୁ ବୁଝାଉଥିବା ଦେଖିବାକୁ ମିଳିଛି ।
ବିଶେଷ କରି ଘରୁ ବାହାରକୁ ନ ବାହାରିବା, ବାରମ୍ବାର ହାତକୁ ସାବୁନରେ ଧୋଇବା, ସନ୍ତୁଳିତ ଖାଦ୍ୟ ଖାଇବା, କାମରେ ବାହାରକୁ ଗଲେ ମାସ୍କ ପିନ୍ଧିବା, ସାମାଜିକଦୂରତା ବଜାୟ ରଖିବା ଆଦି ସମ୍ପର୍କରେ ଦିଲୀପ ଲୋକଙ୍କୁ ପରାମର୍ଶ ଦେଉଛନ୍ତି ।ପ୍ଲାକାର୍ଡରେ ଉପରୋକ୍ତ କଥା ଉଲ୍ଲେଖ କରି ପାଲଲହଡ଼ା ଅଞ୍ଚଳର ସାହିଗୁଡିକରେ ଘରକୁ ଘର ସହ ବଜାର ବୁଲି ସଚେତନତା ବାଣ୍ଟୁଛନ୍ତି। ସମସ୍ତ ସରକାରୀ ନିୟମକୁ ପାଳନ କରିବାକୁ ସେ ଲୋକଙ୍କୁ ଅନୁରୋଧ କରୁଛନ୍ତି । ଯୁବ ସ୍ବେଚ୍ଛାସେବୀଙ୍କ ଏହି ଉଦ୍ୟମକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri