କରୋନା ଯୁଦ୍ଧରେ କର୍ତ୍ତବ୍ୟରତ ମହିଳା ଅଧିକାରୀ, ଧନ୍ୟବାଦ ଜଣାଇଲା ଜିଲା ପ୍ରଶାସନ

ବନ୍ତ,୧୬ା୪(ଡି.ଏନ୍‌.ଏ.) : ମହାମାରୀ କରୋନା ଲକ୍‌ଡାଉନ୍‌ ସମୟରେ ରାତିରେ ଲୋକେ ଘରୁ ବାହାରକୁ ବାହାରିବା ପାଇଁ ଭୟ କରୁଥିବା ବେଳେ ଭଦ୍ରକ ଜିଲା ବନ୍ତ ବ୍ଲକର ୨ ମହିଳା ଅଧିକାରୀ ଲୋକମାନଙ୍କ ସୁରକ୍ଷା ପାଇଁ ରାତିରେ ଘୂରି ବୁଲୁଛନ୍ତି। ଏହି ଦୁଇ ମହିଳା ଅଧିକାରୀଙ୍କ କର୍ତ୍ତବ୍ୟନିଷ୍ଠା ପାଇଁ ଜିଲା ପ୍ରଶାସନ ଧନ୍ୟବାଦ ଦେଇଛି।
ସୂଚନାଯୋଗ୍ୟ, କେନ୍ଦ୍ର ଓ ରାଜ୍ୟ ସରକାର କରୋନା ମହାମାରୀକୁ ରୋକିବା ନେଇ ଲକ୍‌ଡାଉନ୍‌ ଭଳି ଏକମାତ୍ର ପନ୍ଥା ଅବଲମ୍ବନ କରିଛନ୍ତି। ଏହି ଆଇନକୁ କଡ଼ାକଡ଼ି ପାଳନ କରିବା ନେଇ ସମସ୍ତ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ହୋଇଛି। ଏହି ପରିପ୍ରେକ୍ଷୀରେ ବନ୍ତ ତହସିଲଦାର ଇନ୍ଦିରା ସାହୁ, ଥାନାଧିକାରୀ ମୀନା ବିନ୍ଧାଣୀ ଲକ୍‌ଡାଉନ୍‌ ଆଇନକୁ କଡ଼ାକଡ଼ି ପାଳନ କରୁଥିବା ଦେଖାଯାଇଛି।ବନ୍ତ ସଦର ମହକୁମା ସମେତ ବିଭିନ୍ନ ମୁଖ୍ୟ ଛକ, ପ୍ରବେଶ ପଥରେ ନିଜେ ଉପସ୍ଥିତ ରହି ଆଇନ ଉଲ୍ଲଂଘନକାରୀଙ୍କୁ ସାବାଡ୍‌ କରୁଛନ୍ତି। ବୁଧବାର ରାତିରେ ୨ ମହିଳା ଅଧିକାରୀ ପୋଲିସ କର୍ମଚାରୀଙ୍କ ସହିତ ବାଇକ୍‌ ଧରି ବନ୍ତରୁ ବାହାରି ବିଭିନ୍ନ ଗ୍ରାମରେ ପାଟ୍ରୋଲିଂ କରିଥିଲେ। ସେହିପରି ଲକ୍‌ଡାଉନ୍‌ ସମୟରେ ବିଡିଓ ରେବେକା ବିଲୁଙ୍ଗ, ଅତିରିକ୍ତ ତହସିଲଦାର ବନିତାରାଣୀ କିସ୍କୁ, ଆଗରପଡ଼ା ଥାନାଧିକାରୀ ସୁକାନ୍ତି କେରେଇଙ୍କର ଉଲ୍ଲେଖନୀୟ ଭୂମିକା ରହିଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri