ଲକ୍‌ଡାଉନ୍‌ ସମୟରେ ଘରେ ମଦ ପହଞ୍ଚାଉଛି କୁକୁର, ଭିଡିଓ ଭାଇରାଲ

ଓ୍ବାଶିଂଟନ୍‌: କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଏହାକୁ ରୋକିବା ପାଇଁ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିରୁ ମଧ୍ୟ ବାଦ୍‌ ପଡ଼ିନି ଆମେରିକା। ଏଠାରେ ମଧ୍ୟ ଲକ୍‌ଡାଉନ୍‌ ଜାରି ହୋଇଛି। ଏଭଳି ପରିସ୍ଥିତିରେ ଲୋକମାନେ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସତର୍କତା ଅବଲମ୍ବନ କରୁଛନ୍ତି। ଆମେରିକାର ମେରିଲ୍ୟାଣ୍ଡର ଏକ ମଦ ଦୋକାନ ସାମାଜିକ ଦୂରତାର ସମସ୍ତ ନିୟମ ଅନୁସରଣ କରି ଗ୍ରାହକଙ୍କୁ ମଦ ବିତରଣ କରିବାର ଏକ ନୂତନ ଉପାୟ ଅବଲମ୍ବନ କରୁଛି।
ବାସ୍ତବରେ, ଏକ କୁକୁର କ୍ୱାରାଣ୍ଟାଇନ୍‌ ସମୟରେ ଲୋକମାନଙ୍କୁ ମଦ ପରିବହନ କରୁଛି। ସୋଡା ନାମକ ଏହି କୁକୁରକୁ ମଦ ଦୋକାନରେ ସାହାଯ୍ୟ କରିବା ପାଇଁ ରଖାଯାଇଛି। କୁକୁର ମାଧ୍ୟମରେ ଗ୍ରାହକଙ୍କ ନିକଟରେ ମଦ ସହଜରେ ପହଞ୍ଚିପାରୁଛି। ‘ଷ୍ଟୋନ୍‌ ଅର୍ବାନ ଓ୍ବାଇନାରୀ’ ପକ୍ଷରୁ ନିଜର ଫେସ୍‌ବୁକ୍‌ ପେଜ୍‌ରେ କୁକୁରର ଫଟୋ ଏବଂ ଭିଡିଓଗୁଡ଼ିକୁ ଶେୟାର କରାଯାଇଛି। ଯାହାକୁ ଲୋକେ ବେଶ୍‌ ପସନ୍ଦ କରିଛନ୍ତି।
ଲୋକଙ୍କ ନିକଟରେ ମଦ ପହଞ୍ଚାଇବା ଲାଗି ସୋଡା ପିଠିରେ ଏକ କଷ୍ଟମାଇଜ୍‌ କପଡ଼ା ବନ୍ଧା ଯାଇଛି। ଯେଉଁଥିରେ ଏକ ସମୟରେ ଦୁଇଟି ମଦ ବୋତଲ ରଖାଯାଇପାରିବ। ଫଳରେ ଗ୍ରାହକଙ୍କର ଯେମିତି କୌଣସି ଅସୁବିଧା ନ ହୁଏ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। କରୋନା ସମୟରେ ସାମାଜିକ ଦୂରତା ରକ୍ଷା କରିଥିବା ଲୋକଙ୍କୁ ମଦଦୋକାନ ମାଲିକଙ୍କ ଏହି କୌଶଳ ବେଶ୍‌ ସୁହାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri