ହଟ୍‌ସ୍ପଟ ଅଞ୍ଚଳରେ ନଜର ରଖିଥିବା ଡ୍ରୋନ୍‌ ନିଖୋଜ

ନଏଡା,୧୬।୪: ଉତ୍ତରପ୍ରଦେଶ ନୋଏଡାରେ କରୋନା ହଟ୍‌ସ୍ପଟ ଅଞ୍ଚଳକୁ ନଜର ରଖିଥିବା ପୋଲିସର ଏକ ଡ୍ରୋନ୍‌ ହଠାତ୍‌ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ଏହି ଡ୍ରୋନ୍‌କୁ ଏକ ସୋସାଇଟି ଉପରେ ନଜର ରଖିବାକୁ ଲଗାଯାଇଥିଲା। ହେଲେ ୪ରୁ ୫ ଦିନ ହେବ ହଠାତ୍‌ ଡ୍ରୋନ୍‌ ନିଖୋଜ ହୋଇଯାଇଥିବା ବେଳେ ଉତ୍ତରପ୍ରଦେଶ ପୋଲିସ ଏହାକୁ ଖୋଜିବା ପାଇଁ ଉଦ୍ୟମ ଚଳାଇଛି। ଏଥିପାଇଁ ଏହି କାର୍ଯ୍ୟରେ ଆଉ ଏକ ଡ୍ରୋନ୍‌ ଲଗାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ୧୫ଟି ଜିଲାକୁ ହଟ୍‌ସ୍ପଟ ଅଞ୍ଚଳ ଘୋଷଣା କରାଯାଇଛି। ଏଥିସହ ନଏଡାରେ ୨୭ଟି ଅଞ୍ଚଳକୁ ସିଲ୍‌ କରାଯାଇଛି। ଏହି କ୍ରମରେ ନଏଡା ସେକ୍ଟର-୭୫ ସ୍ଥିତ ସୁପରଟେକ କେପଟାଉନ୍‌ ସୋସାଇଟିକୁ ହଟ୍‌ସ୍ପଟ ଘୋଷଣା କରାଯାଇଥିଲା। ଏହି ସୋସାଇଟି ଉପରେ ନଜର ରଖିବା ପାଇଁ ପୋଲିସ ୪ରୁ ୫ ଦିନ ପୂର୍ବରୁ ଏକ ଡ୍ରୋନ୍‌କୁ ନିୟୋଜିତ କରିଥିଲା। କିଛି ସମୟ ପର୍ଯ୍ୟନ୍ତ ସୋସାଇଟିର ସମସ୍ତ ଭିଡିଓ ରେକର୍ଡ ହୋଇଥିବା ବେଳେ ହଠାତ୍‌ ଭୂତଳରେ ଥିବା ଅପରେଟର ସହ ଡ୍ରୋନ୍‌ର ସମ୍ପର୍କ ବିଚ୍ଛିନ୍ନ ହୋଇଯାଇଥିଲା। ଡ୍ରୋନ୍‌ ସହ ସମ୍ପର୍କ କରିବାକୁ ଯେତେ ଚେଷ୍ଟା କଲେ ମଧ୍ୟ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri