କୋଭିଡ-୧୯ ହସ୍‌ପିଟାଲର ସ୍ଥିତି ସମୀକ୍ଷା

ବାଲେଶ୍ୱର ଅଫିସ,୧୬।୪- ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ.ପାଣ୍ଡିଆନ ଗୁରୁବାର ମଧ୍ୟାହ୍ନରେ ବାଲେଶ୍ୱର କୁରୁଡା ସ୍ଥିତ ଜ୍ୟୋତି ହସ୍‌ପିଟାଲରେ ପହଞ୍ଚିଥିଲେ। ଲକଡାଉନ ସମୟରେ ସରକାରଙ୍କ ତରଫରୁ ନିଆଯାଇଥିବା ପଦକ୍ଷପ ଓ କରୋନା ପ୍ରବାବିତ ଚିକିତ୍ସା ପାଇଁ ଗ୍ରହଣ କରାଯାଇଥିବା ବ୍ୟବସ୍ଥା ସମ୍ପର୍କରେ ପୋଲିସ ଓ ଡାକ୍ତରଙ୍କ ଆଲୋଚନା କରିବା ସହ ସ୍ଥିତି ସମୀକ୍ଷା କରିଥିଲେ। ଗତ ସୋମବାର ବାଲେଶ୍ୱର କୁରୁଡ଼ା ସ୍ଥିତ ଜ୍ୟୋତି ହସ୍‌ପିଟାଲରେ କୋଭିଡ଼-୧୯ ହସ୍‌ପିଟାଲ କାର୍ଯ୍ୟକ୍ଷମ କରାଯାଇଥିଲା। ଏଠାରେ ରୋଗୀଙ୍କ ଚିକିତ୍ସା ମାଗଣାରେ କରାଯିବ। ଏହି ହସ୍‌ପିଟାଲରେ ୧୨ଟି ଆଇସିୟୁ ଶଯ୍ୟା (ଭେଣ୍ଟିଲେଟର ସହିତ), ୮ଟି ଏଚ୍‌ଡିୟୁ ଶଯ୍ୟା ଏବଂ ୧୦୦ଟି ସାଧାରଣ ଶଯ୍ୟାର ସୁବିଧା ରହିଛି। ଡା. ଦୁଲାଲସେନ ଜଗଦ୍ଦେଓ ଏହାର ପ୍ରାଧିକୃତ ଚିକିତ୍ସା ଅଧିକାରୀ ଏବଂ ବନଖଣ୍ଡ ଅଧିକାରୀ ବିଶ୍ୱରାଜ ପଣ୍ଡାଙ୍କୁ କୋଭିଡ ହସ୍‌ପିଟାଲର ପ୍ରାଧିକୃତ ବ୍ୟକ୍ତି ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ମୁଖ୍ୟ ସଚିବଙ୍କ ସହିତ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ,ପୂର୍ବାଞ୍ଚଳ ଆରକ୍ଷୀ ନିରିକ୍ଷକ ଦିପ୍‌ତେସ ପଟନାୟ. ଜିଲା ଆରକ୍ଷୀ ଅଧୀକ୍ଷକ ବି.ଯୁଗଳ କିଶୋର, ଜିଲା ଚିକିତ୍ସାଧିକାରୀ ବାନାର୍ଜୀ ପ୍ରଶାଦ ଛୋଟରାଏ ପ୍ରମୁଖ ସାମାଜିକ ଦୂରତା ବଜାୟ ରଖି ସମସ୍ତ ବିଷୟ ଆଲୋଚନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri