ଲାଗିଲା କଟକଣା: ସମୁଦ୍ରରୁ ମାଛ ଧରା ୨ ମାସ ବନ୍ଦ

ପାରାଦୀପ, ୧୭।୪ (ସ୍ବ.ପ୍ର.)- କରୋନା ଭୂତାଣୁ ପ୍ରତିହତ କରିବା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏବେ କେତେକ କ୍ଷେତ୍ରରେ ନିୟମ କୋହଳ କରାଯାଇଛି। ସେଥିମଧ୍ୟରେ ମାତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଇପାରିବେ ବୋଲି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଅନ୍ୟପଟେ ରାଜ୍ୟ ମତ୍ସ୍ୟ ବିଭାଗ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ୨ ମାସ ପାଇଁ ମାଛଧରା ଉପରେ କଟକଣା ଜାରି କରାଯାଇଛି। ଗତ ୭୯ ତାରିଖରେ ମତ୍ସ୍ୟ ବିଭାଗ ବିଜ୍ଞପ୍ତି ନଂ. ୫୯୯ରେ ଦର୍ଶାଇଛନ୍ତି ଯେ, ଓଡ଼ିଶା ସାମୁଦ୍ରିକ ମାଛ ଧରା ନିୟମ ଅନୁସାରେ ଏପ୍ରିଲ ୧୫ରୁ ଜୁନ୍‌ ୧୬ ତାରିଖ ପର୍ଯ୍ୟନ୍ତ ସାମୁଦ୍ରିକ ମାଛଧରା ଉପରେ କଟକଣା ଲାଗୁ କରାଗଲା। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଇପାରିବେ ନାହିଁ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ଅନ୍ୟପଟେ କରୋନା ପାଇଁ ବିଦେଶକୁ ମାଛ ରପ୍ତାନୀ ହୋଇପାରୁ ନ ଥିବାରୁ ଗତ ୨୦ ତାରିଖରୁ ମାଛ ଧରାବନ୍ଦ ରହିଥିବା ବେଳେ ମତ୍ସ୍ୟ ବିଭାଗ କଟକଣା ଯୋଗୁ ମତ୍ସ୍ୟଜୀବୀମାନେ ଏବେ ବି ସମୁଦ୍ରକୁ ଯାଇପାରିବେ ନାହିଁ ବୋଲି ମାଛଧରା ଟ୍ରଲର ମାଲିକ ଅରବିନ୍ଦ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri