ବନାରସରୁ ଫେରି କ୍ବାରାଣ୍ଟାଇନରେ ରହିଲେ ୪୩ ତୀର୍ଥଯାତ୍ରୀ

ସରଣ୍ଡା,୧୭।୪(ଡି.ଏନ.ଏ): ଲକ୍‌ ଡାଉନ୍‌ କଟକଣା ଯୋଗୁ ବନାରସରେ ବରଗଡ଼, ସମ୍ବଲପୁର, ଢ଼େଙ୍କାନାଳ ଅଞ୍ଚଳର ସମୁଦାୟ ୪୩ଜଣ ତୀର୍ଥଯାତ୍ରୀ ଫସି ରହିଥିଲେ । ତେବେ ଗୁରୁବାର ରାତ୍ରିରେ ସେମାନେ ଏକ ବସ୍‌ ଯୋଗେ ଅତାବିରା ପହଞ୍ଚିଥିଲେ । ସେମାନେ ଏଠାକୁ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ଅତାବିରାସ୍ଥିତ ଆନନ୍ଦ ମଣ୍ଡପରେ କ୍ବାରାଣ୍ଟାଇନରେ ରଖାଯାଇଛି । ସେମାନଙ୍କ ମଧ୍ୟରେ ୧୯ଜଣ ପୁରୁଷ ଏବଂ ୨୪ଜଣ ମହିଳା ହୋଇଥିବାବେଳେ ଅତାବିରା ବ୍ଲକର ୨୨, ବରଗଡ଼ ବ୍ଲକର ୧୧, ଭେଡ଼େନ ବ୍ଲକର ୭, ଢ଼େଙ୍କାନାଳର ଜଣେ ଏବଂ ସମ୍ବଲପୁରର ୨ଜଣ ଅଛନ୍ତି । ଏମାନଙ୍କ ପାଇଁ ଖାଇବା ପିଇବା ଆଦି ସୁବିଧା କରାଯାଇଛି ବୋଲି ଅତାବିରା ତହସିଲଦାର ହୃଦାନନ୍ଦ ଅଡ଼ା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ...

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri